Posted inଖେଳ

ଶତକ ଟେଷ୍ଟରେ ଦ୍ୱିଶତକ: ରୁଟ୍‌ ପ୍ରଥମ

ଚେନ୍ନାଇ,୭ା୨(ପି.ଟି.)-ନିଜ ଶହେତମ ଟେଷ୍ଟରେ ଦ୍ୱିଶତକ ହାସଲ କରିବାରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ବିଶ୍ୱର ପ୍ରଥମ କ୍ରିକେଟର ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଭାରତ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ରୁଟ୍‌ ଏହି ସଫଳତା ହାସଲ କରିଛନ୍ତି। ଏହି ୩୦ ବର୍ଷୀୟ କ୍ରିକେଟର ଦ୍ୱିତୀୟ ସେସନରେ ଲେଗ୍‌ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ବୋଲିଂରେ ଲଙ୍ଗ୍‌ଅନ୍‌କୁ ଏକ ଛକା ମାରି ତାଙ୍କ ଦ୍ୱିଶତକ ପୂରଣ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ଇଂଲଣ୍ଡ ଅଧିନାୟକଙ୍କର ଉଚ୍ଚ ପ୍ରଶଂସା କରାଯାଇଛି। ପୂର୍ବରୁ ୧୦୦ତମ ଟେଷ୍ଟରେ ଶ୍ରେଷ୍ଠ ସ୍କୋର ରେକର୍ଡ ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌ ଉଲ ହକ୍‌ଙ୍କ ନାମରେ ରହିଥିଲା। ସେ ୨୦୦୫ରେ ବେଙ୍ଗାଲୁରୁଠାରେ ଭାରତ ବିପକ୍ଷରେ ୧୮୫ ରନ କରିଥିଲେ। ରୁଟ୍‌ଙ୍କର ଏହାଥିଲା ୫ମ ଦ୍ୱିଶତକ। ସେ ୨୦୦୮ ରନ୍‌ କରି ଶାହାବାଜ ନଦିମଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇଯାଇଥିଲେ। ୫ଟି ଦ୍ୱିଶତକ ହାସଲ କରିଥିବା ଅନ୍ୟ ଖେଳାଳିମାନେ ହେଲେ ଇଂଲଣ୍ଡର ଆଲିଷ୍ଟର କୁକ୍‌, ଦକ୍ଷିଣ ଆଫ୍ରିକାର ଗ୍ରେମ୍‌ ସ୍ମିଥ୍‌ ଓ ଭାରତର ରାହୁଲ ଡ୍ରାଭିଡ। ଶୁକ୍ରବାର ରୁଟ୍‌ ୯ମ ଖେଳାଳି ହିସାବରେ ତାଙ୍କ ୧୦୦ତମ ଟେଷ୍ଟରେ ଶତକ ହାସଲ କରିଥିଲେ। ଏହା ଥିଲା ତାଙ୍କ କ୍ୟାରିୟରର ୨୦ତମ ଟେଷ୍ଟ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?