ଖେଳୁଖେଳୁ ପୋଖରୀରେ ପଡ଼ିଗଲେ ୨ ଶିଶୁ, ଚାଲିଗଲା ଦୁଇ ଜୀବନ

ତିହିଡ଼ି,୧୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ ଜାଫରାବାଦ ଗ୍ରାମସ୍ଥିତ ଏକ ପୋଖରୀରେ ପଡ଼ି ସୋମବାର ମଧ୍ୟାହ୍ନରେ ୨ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ୨ଜଣ ଜାଫରାବାଦ ଗ୍ରାମର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ (୩) ଏବଂ ସିମୁଳିଆ ଥାନା ଅଧୀନ ଫୁଲଗଡ଼ ଗ୍ରାମର ଜୟନ୍ତ ସାହୁଙ୍କ ପୁଅ ହିମାଂଶୁ (୪) ବୋଲି ଜଣାଯାଇଛି। ହିମାଂଶୁ ତାଙ୍କ ବାପାଙ୍କ ସହ ଜାଫରାବାଦ ଗ୍ରାମସ୍ଥିତ ବନ୍ଧୁ ଘରକୁ ଆସିଥିଲେ। ମଧ୍ୟାହ୍ନ ୧ଟା ବେଳେ ହିମାଂଶୁ ଏବଂ ଅନନ୍ତ ସାଙ୍ଗ ହୋଇ ଖେଳୁଥିବା ବେଳେ ଗ୍ରାମସ୍ଥିତ ଏକ ପୋଖରୀରେ ପଡ଼ି ଯାଇଥିଲେ। ତାଙ୍କ ପରିବାର ଲୋକେ ଖୋଜାଖୋଜି କରି ଶିଶୁ ୨ଜଣଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଚିକିତ୍ସା ନିମନ୍ତେ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ଥିବାରୁ ଶିଶୁଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଶିଶୁଙ୍କୁ ମୃତ ଘୋଷଣା କରିଥିଲେ। ଏହି ଅଘଟଣକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri