ଖେଳୁଖେଳୁ ପୋଖରୀରେ ପଡ଼ିଗଲେ ୨ ଶିଶୁ, ଚାଲିଗଲା ଦୁଇ ଜୀବନ

ତିହିଡ଼ି,୧୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ ଜାଫରାବାଦ ଗ୍ରାମସ୍ଥିତ ଏକ ପୋଖରୀରେ ପଡ଼ି ସୋମବାର ମଧ୍ୟାହ୍ନରେ ୨ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ୨ଜଣ ଜାଫରାବାଦ ଗ୍ରାମର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ (୩) ଏବଂ ସିମୁଳିଆ ଥାନା ଅଧୀନ ଫୁଲଗଡ଼ ଗ୍ରାମର ଜୟନ୍ତ ସାହୁଙ୍କ ପୁଅ ହିମାଂଶୁ (୪) ବୋଲି ଜଣାଯାଇଛି। ହିମାଂଶୁ ତାଙ୍କ ବାପାଙ୍କ ସହ ଜାଫରାବାଦ ଗ୍ରାମସ୍ଥିତ ବନ୍ଧୁ ଘରକୁ ଆସିଥିଲେ। ମଧ୍ୟାହ୍ନ ୧ଟା ବେଳେ ହିମାଂଶୁ ଏବଂ ଅନନ୍ତ ସାଙ୍ଗ ହୋଇ ଖେଳୁଥିବା ବେଳେ ଗ୍ରାମସ୍ଥିତ ଏକ ପୋଖରୀରେ ପଡ଼ି ଯାଇଥିଲେ। ତାଙ୍କ ପରିବାର ଲୋକେ ଖୋଜାଖୋଜି କରି ଶିଶୁ ୨ଜଣଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଚିକିତ୍ସା ନିମନ୍ତେ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ଥିବାରୁ ଶିଶୁଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଶିଶୁଙ୍କୁ ମୃତ ଘୋଷଣା କରିଥିଲେ। ଏହି ଅଘଟଣକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri