ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିଥିଲା। ଏହାକୁ ନେଇ ମହାକାଳପଡ଼ା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ସମେତ ଜିଲା ପୋଲିସ ଅଧିକାରୀ ଶନିବାର ଘଟଣାସ୍ଥଳରେ ପହଞ୍ଚି ଥିଲେ। ଏହି ଗ୍ରାମର ହାବୁ ନନ୍ଦ ଦୀର୍ଘ ବର୍ଷ ଧରି ଉକ୍ତ ୨୪ ଏକର ଜମି ଦଖଲରେ ଥିଲେ। ଏହାକୁ ଗ୍ରାମର କେତେକ ଚାଷୀ ନନ୍ଦଙ୍କଠାରୁ ଭାଗ ନେଇ ଧାନ ଦେଉଥିଲେ। କିଛି ମାସ ପୂର୍ବେ ହାବୁ ଅଞ୍ଚଳର ଜଣେ ବ୍ୟକ୍ତି ଶିଶିର ରାଉତଙ୍କୁ ଜମି ହସ୍ତାନ୍ତର କରିଥିଲେ। ଚଳିତ ବର୍ଷ ଚାଷୀ ଭାଗ ଚାଷ କରିଥିଲେ। ଚଳିତ ବର୍ଷ ମୋତେ ଧାନ ନ ଦେଇ ଶିଶିର ରାଉତଙ୍କୁ ଦେବା ପାଇଁ ହାବୁ କହିଥିଲେ। ହାବୁଙ୍କ ଦେହ ଅସୁସ୍ଥ ଥିବାରୁ ଘଟଣାସ୍ଥଳକୁ ଆସିବା ସମ୍ଭବ ନୁହେଁ ବୋଲି କୁହାଯାଉଛି।
ଅପର ପକ୍ଷରେ ୨୪ ଏକର ଜମିକୁ ଶନିବାର କେନ୍ଦ୍ରାପଡ଼ା ଉପଜିଲାପାଳଙ୍କ କୋର୍ଟ ଅର୍ଡର ନମ୍ବର ୧୩୮୧୯/୨୦ା୧୨ା୨୫ ତହସିଲଦାର ମହାକାଳପଡ଼ା ଓ ମେମୋ ନମ୍ବର ୧୩୮୨୦/୨୫ ଜିଲାପାଳ କେନ୍ଦ୍ରାପଡାଙ୍କୁ ସ୍ବତନ୍ତ୍ର ପତ୍ର ପ୍ରେରଣ କରାଯାଇଥିବା ଜଣାପଡିଛି। ଏହି ଜମି ଉପରେ ଭାରତୀୟ ନ୍ୟାୟ ସଂହିତା ଧାରା ୧୬୩ ଜାରି କରାଯାଇ ନିଷିଦ୍ଧ କରାଯାଇଥିବା ଡାକବାଜି ଯନ୍ତ୍ର ମାଧ୍ୟମରେ ଘୋଷଣା କରାଯାଇଛି ବୋଲି ତହସିଲଦାର ଆଚାର୍ଯ୍ୟ କହିଛନ୍ତି।
ଏହି ଘଟଣାକୁ ନେଇ ଭାଗଚାଷୀ ଓ କେତେକ ଲୋକ ଅସନ୍ତୋଷ ପ୍ରକାଶ କରିଥିଲେ। ଧାନ ଫସଲ ଦଖଲକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ଓ ହାତାହାତି ଠେଲା ପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଦୁଇ ଜଣ ଆହତ ହୋଇଥିଲେ । ପରେ ପୋଲିସ ପକ୍ଷରୁ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ହେଲେ ଜମିର ଧାନ ଫସଲ ପ୍ରଶାସନ ନିଜ ହେପାଜତକୁ ନେଇ ୨୦ ଚାଷୀଙ୍କ ଘର ଆଗରେ ସ୍ବତନ୍ତ୍ର ନୋଟିସ୍‌ ଲଟକା ଝୁଲାଇ ଦେଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ତହସିଲ ଅଫିସ କର୍ମଚାରୀ ଜମି ମାପଚୁପ କରୁଥିଲେ। ପରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପସ୍ଥିତ ଅଧିକାରୀମାନେ କହିଛନ୍ତି। ଅଦ୍ୟାବଧି ଘଟଣାସ୍ଥଳରେ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି। ପରିସ୍ଥିତ ନିୟନ୍ତ୍ରଣ ପାଇଁ ମାଜିଷ୍ଟ୍ରେଟଙ୍କ ସମେତ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ, ଏସ୍‌ଡିପିଓ ଜ୍ୟୋତିରଞ୍ଜନ ଗୌଡ଼, ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟରଞ୍ଜନ ବିଶ୍ବାଳ, ମହାକାଳପଡ଼ା ଥାନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର, ମାର୍ଶାଘାଇ ଥାନା ଅଧିକାରୀ ତପନ କୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର, ରାଜସ୍ବ ନିରୀକ୍ଷକ ମଞ୍ଜୁଲତା ମାଝୀ, ରାମନଗର ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରା ପ୍ରମୁଖ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ପେଟଛେଲା ବଜାରକୁ ପ୍ରଶାସନ ବନ୍ଦ କରିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri