ଗୋଟିଏ ଦିନରେ ଦୁଇ କନେଷ୍ଟବଳଙ୍କ ମୃତ୍ୟୁ: ଡ୍ୟୁଟି କରୁଥିବା ବେଳେ …

ରାୟଗଡ଼ା,୫।୭ (ରଞ୍ଜନ ପଣ୍ଡା): ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରାରେ ଡ୍ୟୁଟି କରୁଥିବା ବେଳେ ଜୀବନ ହାରିଲେ ଆଉ ଜଣେ କନେଷ୍ଟବଳ ତାରିଣୀ ଚରଣ ଗମାଙ୍ଗ(୫୦) । ଶନିବାର ସକାଳୁ ତହସିଲ ଛକଠାରେ ଜାତୀୟ ରାଜପଥ କଡ଼ରେ ଡ୍ୟୁଟି କରୁଥିବା ବେଳେ ଅସୁସ୍ଥତା ଅନୁଭବ କରି ତଳେ ଅଚେତ ଅବସ୍ଥାରେ ପଡ଼ିଯାଇଥିଲେ । ତେବେ ସେଠାରେ ଉପସ୍ଥିତ ପୋଲିସ କର୍ମୀ ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତାରିଣୀଙ୍କ ନିଜ ଘର ପଦ୍ମପୁର ଥାନା ଅର୍ନ୍ତଗତ ଲକ୍ଷ୍ମଣଗୁଡ଼ା ଗ୍ରାମ । ୧୯୯୭ ମସିହାରେ ପୋଲିସ କନେଷ୍ଟବଳ ଚାକିରି ପାଇ ବର୍ତ୍ତମାନ ଦୋରାଗୁଡ଼ା ଥାନାରେ କନେଷ୍ଟବଳ ଭାବେ କାର୍ଯ୍ୟରତ ଥିଲେ । ବାହୁଡା ଯାତ୍ରା ଡ୍ୟୁଟି ପାଇଁ ରାୟଗଡ଼ା ଆସିଥିଲେ । ବର୍ତ୍ତମାନ ରାୟଗଡ଼ା ମେଡ଼ିକାଲ ଏସଡିପିଓ ଗୌରହରି ସାହୁ, ପୋଲିସ ଆରଆଇ କବିବର ଦେହୁରୀ, ରାୟଗଡ଼ା ଟାଉନ ଥାନା ଆଇଆଇସି ପ୍ରସନ୍ନ କୁମାର ବେହେରା ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପସ୍ଥିତ ଅଛନ୍ତି । ତାରିଣୀ ଜଣେ କର୍ତ୍ତବ୍ୟନିଷ୍ଠ ଓ ନିଷ୍ଠାପର ଭାବେ ନିଜ ଦାୟିତ୍ୱ ସର୍ବଦା ନିର୍ବାହ କରିଥାନ୍ତି ବୋଲି ତାଙ୍କ ସହକର୍ମୀ ସୂଚନା ଦେଇଥିଲେ । ତେବେ ଗୋଟିଏ ଦିନରେ ଦୁଇଜଣ କନେଷ୍ଟବଳଙ୍କ ମତ୍ୟୁ କନେଷ୍ଟବଳ ଶିବିରର ଶୋକର ଛାୟା ଖେଳାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri