ଆଜିଠୁ ୨ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୧୬।୧୨: କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଚଳିତ ମାସ ୧୬ ଏବଂ ୧୭ ତାରିଖରେ ଦେଶର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଶାଖା ବନ୍ଦ ରହିବ। ଏହି ପରିପ୍ରେକ୍ଷୀରେ ଅନ୍‌ଲାଇନ ବ୍ୟାଙ୍କିଙ୍ଗ୍‌ ସେବା ଓ ଏଟିଏମ୍‌ କେନ୍ଦ୍ରଗୁଡିକ ଖୋଲା ରହିବ ବୋଲି ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ୟୁଏଫ୍‌ବିୟୁର ଓଡିଶା ଶାଖା ପକ୍ଷରୁ ବୁଧବାର ଏକ ଖବରଦାତା ସମ୍ମିଳନୀ କରାଯାଇ ବ୍ୟାଙ୍କ ଧର୍ମଘଟ ଓ ଘରୋଇକରଣ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରି ଏହାର ରାଜ୍ୟ ଆବାହକ ରଘୁନାଥ ପ୍ରସାଦ ଦାସ କହିଛନ୍ତି, ଦେଶର ୧% ପୁଞ୍ଜିପତିଙ୍କ ସ୍ବାର୍ଥ ସାଧନ ପାଇଁ ୯୯% ଲୋକଙ୍କ ଅର୍ଥ କାରବାର ଓ ସେବାକୁ ସରକାର ବଳି ପକାଇଦେବାକୁ ବସିଛନ୍ତି। ସେହିଭଳି ଦେଶର ୭୨% ଋଣ ଅର୍ଥ ଅସାଧୁ ବ୍ୟବସାୟୀଙ୍କ ନିକଟରେ ରହିଥିବା ବେଳେ ମାତ୍ର ୨୮% ଋଣ ଅର୍ଥ ସାଧାରଣ ବର୍ଗର ଗ୍ରାହକଙ୍କ ପାଖରେ ପଡିରହିଛି। ସରକାର ପୁଞ୍ଜିପତିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଯେଉଁ ବ୍ୟାଙ୍କିଙ୍ଗ୍‌ ଆଇନ (ସଂଶୋଧନ) ବିଲ୍‌ ପାରିତ କରିବାକୁ ଯୋଜନା କରୁଛନ୍ତି। ସେସବୁ ଯୋଜନା ଦେଶର ସ୍ବାର୍ଥ ପାଇଁ ଆମେମାନେ ଏକତ୍ର ହୋଇ ନିଜ ନିଜ ଶାଖା ସମ୍ମୁଖରେ ହରତାଳ ସହ ବ୍ୟାଙ୍କ ଘରୋଇକରଣକୁ ବିରୋଧ କରିବାକୁ ରାଜ୍ୟର ସମସ୍ତ ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀମାନଙ୍କୁ ଆହ୍ବାନ ଦିଆଯାଇଛି। ଏହି ୨ଦିନିଆ ଧର୍ମଘଟରେ ଓଡ଼ିଶାରୁ ପ୍ରାୟ ୬୦୦୦ ଶାଖା ଓ ୩୦ହଜାର ସବୁ ବର୍ଗର କର୍ମଚାରୀ ସହଯୋଗ ପ୍ରଦାନ କରିବେ ବୋଲି ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ୟୁଏଫ୍‌ବିୟୁର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଏହାର ଉପଦେଷ୍ଟା ବରିଷ୍ଟ ବ୍ୟାଙ୍କର ଦାମୋଦର ନନ୍ଦ ରାଜ୍ୟର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଓ ଅଧିକାରୀଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?