୨ ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୨୪।୫ ଚଳିତବର୍ଷ ମେ ୩୦ ଓ ୩୧ କ୍ରମାଗତ ୨ଦିନ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର କର୍ମଚାରୀମାନେ ଦେଶବ୍ୟାପୀ ଧର୍ମଘଟ କରିବେ । ବ୍ୟାଙ୍କସ୍ତରୀୟ ଦ୍ୱିପାକ୍ଷିକ ରାଜିନାମା ଓ ସେଣ୍ଟ୍ରାଲ ବ୍ୟାଙ୍କ କର୍ତ୍ତୃପକ୍ଷ ଏବଂ ମାନ୍ୟତାପ୍ରାପ୍ତ ସର୍ବଭାରତୀୟ କର୍ମଚାରୀ ସଂଗଠନ ସହ କରିଥିବା ରାଜିନାମାଗୁଡ଼ିକୁ ଉଲ୍ଲଂଘନ କରି ବ୍ୟାଙ୍କର ୪୦୦୦ରୁ ଅଧିକ କିରାଣିଙ୍କୁ ମନମୁଖି ଭାବେ ଗଣବଦଳି, କର୍ମଚାରୀ ଓ ଅଫିସରମାନଙ୍କୁ ହଇରାଣହରକତ କରିବା, ୬୦୦ ବ୍ୟାଙ୍କ ଶାଖା ବନ୍ଦ କରିବା ପାଇଁ ଚେଷ୍ଟା, ଆଉଟସୋର୍ସିଂ କରି ଠିକା କର୍ମଚାରୀ ନିଯୁକ୍ତି, ବ୍ୟାଙ୍କର ଘରୋଇକରଣ ଉଦ୍ୟମ ବିରୋଧରେ ଓ ସର୍ବୋପରି କେନ୍ଦ୍ରୀୟ ଶ୍ରମ କମିଶନରଙ୍କ ନିର୍ଦ୍ଦେଶ ଅନୁସାରେ ଶିଳ୍ପ ବିବାଦ ଆଇନର ୩୩ ଧାରାକୁ ଉଲ୍ଲଂଘନ କରିବା ବିରୋଧରେ ଏହି ଧର୍ମଘଟର ଡାକରା ଦିଆଯାଇଛି। ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଥିବା ଏଆଇବିଇଏ, ଆଇଏବିଇଏଫ, ବିଇଏଫଆଇ, ଏନସିବିଇ ଓ ଏନଓବିଡବ୍ଲ୍ୟୁ ସଙ୍ଗଠନ ପକ୍ଷରୁ ଉପରୋକ୍ତ ଦାବିଗୁଡ଼ିକ ଉପରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ମିଳିତ ଭାବେ ଧର୍ମଘଟର ନୋଟିସ୍‌ ଦିଆଯାଇଛି। ଓଡ଼ିଶାରେ ଏହି ଧର୍ମଘଟକୁ ସଫଳ କରିବା ପାଇଁ ସେଣ୍ଟ୍ରାଲ ବ୍ୟାଙ୍କର ସମସ୍ତ କର୍ମଚାରୀଙ୍କୁ ଓ ଧର୍ମଘଟକୁ ନୈତିକ ସମର୍ଥନ କରିବା ପାଇଁ ଅଫିସର ସଙ୍ଗଠନଗୁଡ଼ିକୁ ଓଡ଼ିଶା ରାଜ୍ୟ ସେଣ୍ଟ୍ରାଲ ବ୍ୟାଙ୍କ କର୍ମଚାରୀ ୟୁନିୟନ ପକ୍ଷରୁ ସଭାପତି ପ୍ରଫୁଲ୍ଲ କୁମାର ତ୍ରିପାଠୀ, ସାଧାରଣ ସମ୍ପାଦକ ଓଁକାର ମହାନ୍ତି ଏବଂ ନିଖିଳ ଓଡ଼ିଶା ସେଣ୍ଟ୍ରାଲ ବ୍ୟାଙ୍କ କର୍ମଚାରୀ ଆସୋସିଏଶନର ସାଧାରଣ ସମ୍ପାଦକ ସୁନୀଲ ମହାରଣା ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri