ଆଜିଠୁ ଖଣିମନ୍ତ୍ରୀମାନଙ୍କୁ ନେଇ ୨ଦିନିଆ ସମ୍ମିଳନୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ଖଣି ଓ ଇସ୍ପାତ ମନ୍ତ୍ରୀମାନଙ୍କୁ ନେଇ ଏକ ୨ଦିନିଆ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଏବଂ ଶନିବାର କୋଣାର୍କ ଏବଂ ଭୁବନେଶ୍ୱରରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ପ୍ରଥମ ଦିନ କୋଣାର୍କ ସମ୍ମିଳନୀରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଏବଂ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ୍‌ ସିଂ କୁଲସ୍ତେ ଯୋଗଦେବେ। କେନ୍ଦ୍ରମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଗୁରୁବାର ଓଡ଼ିଶାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ଖଣି ସହ ଜଡ଼ିତ ବହୁ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଏହି ସମ୍ମିଳନୀରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ରାଷ୍ଟ୍ରାୟତ୍ତ ଇସ୍ପାତ କମ୍ପାନୀର ବରିଷ୍ଠ ଅଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିବେ। ଏଥିରେ ଖଣି ଓ ଇସ୍ପାତ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ବିଷୟ ବିଶେଷ ଭାବେ ରାଜ୍ୟଗୁଡିକ ସମ୍ପର୍କରେ ସ୍ବତନ୍ତ୍ର ଆଲୋଚନା କରାଯିବ। ସେହିପରି ଶନିବାର ଭୁବନେଶ୍ୱରରେ ସ୍ଥାନୀୟ ଶିଳ୍ପ ଜଗତର ପ୍ରତିନିଧିମାନଙ୍କ ସହ ଏକ ଆଲୋଚନା ଅନୁଷ୍ଠିତ ହେବ। କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଏଥିରେ ଯୋଗଦେବେ। ଏହି ଅବସରରେ ଇସ୍ପାତ କ୍ଷେତ୍ରରେ ଥିବା ସମସ୍ୟା ଏବଂ ଆବଶ୍ୟକ ନୀତିଗତ ବିଷୟବସ୍ତୁ ନେଇ ଆଲୋଚନା ଅନୁଷ୍ଠିତ ହେବ। ବିଶେଷଭାବେ ଇସ୍ପାତ କ୍ଷେତ୍ର ପାଇଁ ପିଏଲ୍‌ଆଇ ଯୋଜନା ଉପରେ ଏକ ଉପସ୍ଥାପନା ଦିଆଯିବ। ସମ୍ମିଳନୀରେ ଯୋଗଦେବା ପୂର୍ବରୁ ଗୁରୁବାର ବହୁ ଅତିଥି ଓଡ଼ିଶାରେ ପହଞ୍ଚି କୋଣାର୍କ ଏବଂ ଶ୍ରୀମନ୍ଦିର ପରିଦର୍ଶନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri