ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ (TLM) କର୍ମଶାଳା ଗୁରୁବାର ସଫଳତାର ସହ ଉଦଯାପିତ ହୋଇଯାଇଛି। ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଯାପନୀ ସଭାରେ ଶିକ୍ଷାଦାନ ଶୈଳୀକୁ ଅଧିକ ସରଳ ଓ ପ୍ରଭାବଶାଳୀ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ବ୍ଲକର ୧୬ଟି କ୍ଲଷ୍ଟରରୁ ପ୍ରାୟ ୫୦ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କର୍ମଶାଳାରେ ଯୋଗ ଦେଇଥିଲେ। ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରାୟ ୮୦ଟି ବିଷୟଭିତ୍ତିକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରାଯାଇ ପ୍ରଦର୍ଶନ କରାଯାଇଥିଲା। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନକୁ ସୁଦୃଢ଼ କରିବା ସହ ଶ୍ରେଣୀ ଗୃହରେ ଶିକ୍ଷାଦାନକୁ ସରଳ, ଆକର୍ଷଣୀୟ ଓ ଦୀର୍ଘସ୍ଥାୟୀ କରିବା ଏହି କର୍ମଶାଳାର ମୁଖ୍ୟ ଲକ୍ଷ୍ୟ।

ବ୍ଲକ ସହ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ ମୁଖ୍ୟ ପ୍ରଶିକ୍ଷକ ଭାବେ ଯୋଗଦେଇ କହିଥିଲେ ଯେ, “ଏହି କର୍ମଶାଳା ଶିକ୍ଷକମାନଙ୍କୁ ଆଧୁନିକ ଓ କୁଶଳୀ ଶିକ୍ଷାଦାନ ପାଇଁ ପ୍ରସ୍ତୁତ କରିବାରେ ସହାୟକ ହେବ।” ସେହିପରି ଅନ୍ୟତମ ସହ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ ଏବଂ ରସାନନ୍ଦ ଘଡ଼େଇ ଉପସ୍ଥିତ ରହି ଶିକ୍ଷକମାନଙ୍କୁ ସାମଗ୍ରୀ ପ୍ରସ୍ତୁତିରେ ଉପଯୁକ୍ତ ମାର୍ଗଦର୍ଶନ କରିଥିଲେ।

ନଗର ସିଆରସିସି (CRCC) ଅନିଲ କୁମାର ଦାସଙ୍କ ସମେତ ବ୍ଲକର ସମସ୍ତ ସିଆରସିସି କାର୍ଯ୍ୟକ୍ରମ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ଶିକ୍ଷକମାନଙ୍କ ଦ୍ୱାରା ପ୍ରସ୍ତୁତ ଏହି ସାମଗ୍ରୀଗୁଡ଼ିକ ଆଗାମୀ ଦିନରେ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାଦାନର ମାନ ବୃଦ୍ଧି କରିବାରେ ବେଶ୍ ସହାୟକ ହେବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?