୨ ଦିନ ପରେ ମିଳିଲା ଅପହୃତା ବର, ମିଳୁନି କନ୍ୟାଙ୍କ ପତ୍ତା

ତରବୋଡ଼/ନୂଆପଡ଼ା ଅଫିସ, ୨୫।୨: ନବବିବାହିତ ସ୍ବାମୀ ସ୍ତ୍ରୀଙ୍କୁ ଅପହରଣର ୨ ଦିନ ପରେ ଗରୁତର ଅବସ୍ଥାରେ ସ୍ବାମୀଙ୍କୁ ଉଦ୍ଧାର କରାଯାଇଛି। ହେଲେ କନ୍ୟାଙ୍କ ପତ୍ତା ମିଳିପାରୁ ନାହିଁ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ୧୬ ତାରିଖରେ ସାମାଜିକ ରିତୀରେ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତ ଅଞ୍ଚଳର ଜଣେ ଯୁବକଙ୍କ ସହିତ ସଦର ବ୍ଲକ ଅଞ୍ଚଳର ଯୁବତୀଙ୍କ ସହ ବିବାହ ହୋଇଥିଲା। ୨୧ ତାରିଖରେ ନବବିବାହିତ ଜିଲା ଚିକିତ୍ସାଳୟ ଯିବାକୁ କହି ଘରୁ ଏକ ବାଇକ୍‌ ଯୋଗେ ବାହାରି ଥିଲେ। ସନ୍ଧ୍ୟା ପର୍ଯ୍ୟନ୍ତ ସେମାନେ ଫେରି ନ ଥିଲେ। ଯୁବକଙ୍କ ମୋବାଇଲରୁ ଏକ ମେସେଜ ଆସିଥିଲା। ଯେଉଁଥିରେ ସାଙ୍ଗ ଘରକୁ ଯାଉଛୁ। ୨୨ ତାରିଖରେ ଘରକୁ ଫେରିବୁ ବୋଲି ଲେଖାଯାଇଥିଲା। ହେଲେ ୨୨ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଦୁହେଁ ଘରକୁ ଫେରି ନ ଥିଲେ। ପରିବାର ଲୋକେ ତାଙ୍କୁ ଯୋଗଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଏନେଇ ପରିବାର ଲୋକେ କୋମନା ଥାନାର ଦ୍ୱାରସ୍ଥ ହୋଇଥିଲେ। ସେତିକିବେଳେ ଏକ ଅଜଣା ନମ୍ବରରୁ ଏକ ଫୋନ କଲ୍‌ ଆସିଥିଲା। ଯୁବକ ଜଣକ ତାଙ୍କ ଜୀବନ ପ୍ରତି ବିପଦ ଥିବା ସହ ତୁରନ୍ତ ଉଦ୍ଧାର କରିବାକୁ କହିଥିଲେ। ପରବର୍ତ୍ତି ସମୟରେ ପରିବାର ଲୋକେ ଛତିଶଗଡ଼ ରାଜ୍ୟ ଦୁର୍ଗଠାରୁ ୧୮ କି.ମି. ଦୂର ନାଗପୁରା ଛକ ପାଖରୁ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି କୋମନା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେ କଥା କହିପାରୁ ନାହାନ୍ତି। ତାଙ୍କ ଶରୀରର ବେକ, ପଞ୍ଜରା, ଛାତି, ମୁଣ୍ଡରେ ଶକ୍ତ ଆଘାତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri