ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍‌ମାର୍କର ରୂପ ନେଇ ସାରିଛି। ଗୁରୁବାର ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଦୁଇଦିନ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୨ତାରିଖରେ ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେଥିପାଇଁ ଏସମସ୍ତ ଜିଲାକୁ ଅରେଞ୍ଜ ଓ୍ବାନିର୍ଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଏସବୁ ଜିଲାର ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବା ସହ ଭୂସ୍ଖଳନ ହେବା ଆଶଙ୍କା ରହିଛି। ପ୍ରବଳ ବର୍ଷା ଯୋଗୁ କଚ୍ଚାଘର ଭାଙ୍ଗିବାର ଆଶଙ୍କା ଥିବାରୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶ ଦେଇଛି। ସେହିପରି ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ। ଏସମସ୍ତ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାଛଡ଼ା କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ଅନୁଗୋଳ, ମାଲକାନଗିରି, ରାୟଗଡ଼ା ଜିଲାର ଅନେକ ସ୍ଥାନରେ ବର୍ଷା ହେବ।
ସେହିପରି ୨୩ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ାରେ ବର୍ଷା ହେବାର ଅଛି। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ବୁଧବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଗୋପାଳପୁରରେ ସର୍ବାଧିକ ୧୭ମି.ମି. ବର୍ଷା ହୋଇଥିବା ବେଳେ ଛତ୍ରପୁରରେ ୧୫ମି.ମି., ପୁରୀରେ ୧୧ମି.ମି., ଭୁବନେଶ୍ୱରରେ ୧୦ମି.ମି., କଟକରେ ୯ମି.ମି., ବାରିପଦାରେ ୭ମି.ମି., ପାରାଦୀପରେ ୬ମି.ମି., ଚନ୍ଦାବାଲିରେ ୪ମି.ମି. ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ମଧ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri