ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଶନିବାରଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ କେନ୍ଦୁଝର ଘସିପୁରାରେ ସର୍ବାଧିକ ୬୨.୧ ମିମି ବର୍ଷା ହୋଇଥିବାବେଳେ କୋରେଇରେ ୫୬.୨, ଦାନଗଦି ୫୩, ଯାଜପୁର ୪୩, ଝୁମ୍ପୁରା ୪୧.୨, ସୁକିନ୍ଦା ୪୧, ସତ୍ୟବାଦୀ ୩୮, ବାଂଶପାଳ ୩୭.୧, ଭୁବନେଶ୍ୱର ୩୬.୨, ଭୁବନ ୩୬, କୁତ୍ରା ୩୬, ପୁରୀ ୩୫.୩, ଚାନ୍ଦବାଲି ୩୪.୯, ଭଦ୍ରକ ୩୪.୨, କଣ୍ଟପଡ଼ା ୩୪, ନରସିଂହପୁରରେ ୩୩ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝରରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ତେଣୁ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯିବା ସହିତ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେହିଭଳି ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଏବଂ ପୁରୀକୁ ଝଡ଼ତୋଫାନ ଓ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏସବୁ ଜିଲାରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦କିମି ରହିବ। ସେପଟେ ଏହି ବର୍ଷା ଯୋଗୁ ରବିବାର ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲା। ବୌଦ୍ଧ ଜିଲାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ମାଲକାନଗିରି ୪୨, ଟିଟିଲାଗଡ଼ ୪୧.୮, ନୂଆପଡ଼ା ୪୧.୫, ସୋନପୁର ୪୦.୩, ଭବାନୀପାଟଣାରେ ୪୧ ଡିଗ୍ରୀ ତାପମାତ୍ରା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri