ଦୁଇଦିନ ଝଡ଼ବର୍ଷା: ୧୮ରୁ ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ତାତିର ପ୍ରକୋପ ନାହିଁ। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳେ ରହୁଛି। ଆସନ୍ତା ୩ ଦିନ ଯାଏ ତାତି ବଢ଼ିବ ନାହିଁ। ୧୫ ଏବଂ ୧୬ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ୧୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବ। ଏହି ସମୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ସେହିପରି ୧୬ ତାରିଖରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୧୮ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧିପାଇବ। ୨୨ ତାରିଖ ବେଳକୁ ପାରଦ ଉପରମୁହାଁ ହୋଇ ୪୦ ଡିଗ୍ରୀ ସେଲ୍‌ସିୟସ୍‌କୁ ଟପିଯିବ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ତାତି ବୃଦ୍ଧିପାଇବ ବୋଲି ଅନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବୁଧବାର ବାରିପଦାରେ ସର୍ବୋଚ୍ଚ ତାପମାତ୍ରା ୪୨.୪ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୦, ଅନୁଗୋଳ ୩୯.୭, ନୟାଗଡ଼ ୩୯, ତାଳଚେର ୩୯.୧ ଏବଂ ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri