କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଛି। ଆଉ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ମାସରୁ ପ୍ରତ୍ୟେକ ସପ୍ତାହର ଶନି ଓ ରବିବାର କନ୍ଧମାଳ ଜିଲାକୁ ଜିଲାପାଳ ଡା. ବୃନ୍ଦା ଡି ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆଉ ଏହାର ପ୍ରଭାବ ଆଜି ପ୍ରଥମ ଶନିବାରରେ ଜିଲାରେ ଦେଖିବାକୁ ମିଳିଛି। ଶନିବାର ସକାଳୁ ଶଟ୍‌ଡାଉନ୍‌ ଲାଗି ଜିଲାର ସମସ୍ତ ରାସ୍ତାଘାଟ ଜନଶୂନ୍ୟ ହୋଇଥିବାବେଳେ ଔଷଧ ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ଗୀତା ସିଂଙ୍କ ନିର୍ଦ୍ଦେଶରେ ଜିଲାର ସମସ୍ତ ଥାନା ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହ ବାହାର ଜିଲାରୁ ଆସୁଥିବା ଏବଂ ହଟସ୍ପଟ୍‌ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ ପ୍ରଶାସନ କଡ଼ା ନଜର ରଖିଛି। ଆଜି ସକାଳ ୬ଟାରୁ ଶଟ୍‌ଡାଉନ୍‌ କରାଯାଇଥିବା ବେଳେ ବାଲିଗୁଡା ଆଇଆଇସି ପ୍ରଶାନ୍ତ କୁମାର ବେହେରା ସଦଳବଳ ଉକ୍ତ ଥାନା ଅଞ୍ଚଳରେ ପାଟ୍ରୋଲିଂକୁ କଡ଼ାକଡ଼ି କରିଛନ୍ତି। ବାଲିଗୁଡାର ଗାନ୍ଧୀ ଛକ ସମେତ ପୋଷ୍ଟ ଅଫିସ ଛକ, ନେହେରୁ ଛକ, ବଜାର ଛକ, ବସଷ୍ଟାଣ୍ଡ ଛକ, ସମେତ ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ କରାଯାଇଛି। ସେହିପରି କନ୍ଧମାଳ-ଗଞ୍ଜାମ ସୀମା ଡବେରୀ ଏବଂ କନ୍ଧମାଳ-ଗଜପତି ସୀମା ଝିଞ୍ଜିରିଗୁଡ଼ାଠାରେ ପୋଲିସ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri