କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଛି। ଆଉ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ମାସରୁ ପ୍ରତ୍ୟେକ ସପ୍ତାହର ଶନି ଓ ରବିବାର କନ୍ଧମାଳ ଜିଲାକୁ ଜିଲାପାଳ ଡା. ବୃନ୍ଦା ଡି ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆଉ ଏହାର ପ୍ରଭାବ ଆଜି ପ୍ରଥମ ଶନିବାରରେ ଜିଲାରେ ଦେଖିବାକୁ ମିଳିଛି। ଶନିବାର ସକାଳୁ ଶଟ୍‌ଡାଉନ୍‌ ଲାଗି ଜିଲାର ସମସ୍ତ ରାସ୍ତାଘାଟ ଜନଶୂନ୍ୟ ହୋଇଥିବାବେଳେ ଔଷଧ ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ଗୀତା ସିଂଙ୍କ ନିର୍ଦ୍ଦେଶରେ ଜିଲାର ସମସ୍ତ ଥାନା ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହ ବାହାର ଜିଲାରୁ ଆସୁଥିବା ଏବଂ ହଟସ୍ପଟ୍‌ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ ପ୍ରଶାସନ କଡ଼ା ନଜର ରଖିଛି। ଆଜି ସକାଳ ୬ଟାରୁ ଶଟ୍‌ଡାଉନ୍‌ କରାଯାଇଥିବା ବେଳେ ବାଲିଗୁଡା ଆଇଆଇସି ପ୍ରଶାନ୍ତ କୁମାର ବେହେରା ସଦଳବଳ ଉକ୍ତ ଥାନା ଅଞ୍ଚଳରେ ପାଟ୍ରୋଲିଂକୁ କଡ଼ାକଡ଼ି କରିଛନ୍ତି। ବାଲିଗୁଡାର ଗାନ୍ଧୀ ଛକ ସମେତ ପୋଷ୍ଟ ଅଫିସ ଛକ, ନେହେରୁ ଛକ, ବଜାର ଛକ, ବସଷ୍ଟାଣ୍ଡ ଛକ, ସମେତ ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ କରାଯାଇଛି। ସେହିପରି କନ୍ଧମାଳ-ଗଞ୍ଜାମ ସୀମା ଡବେରୀ ଏବଂ କନ୍ଧମାଳ-ଗଜପତି ସୀମା ଝିଞ୍ଜିରିଗୁଡ଼ାଠାରେ ପୋଲିସ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri