ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ବୁଲୁଛନ୍ତି । ଏ ନେଇ ପୋଲିସ ଜରିମାନା ଆଦାୟ କରୁଛି।
ଗୁରୁବାର ସକାଳ ୬ ଟାରୁ ଶୁକ୍ରବାର ସକାଳ ୬ଟା ଓ ଶନିବାର ସକାଳ ୬ଟାରୁ ରବିବାର ସକାଳ ୬ ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ୬୭୨ ଜଣ ଲୋକଙ୍କଠାରୁ ୧ଲକ୍ଷ ୩୪ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା୨୮୭ ଜଣ ଅମାନିଆ ଗାଡି ଚାଳକଙ୍କୁ ୧ ଲକ୍ଷ ୪୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ଗୋଟଏ ଅବକାରୀ ମାମଲାରେ ଜଣଙ୍କୁ ଗିରଫ କରିଛି । ତାଙ୍କଠାରୁ ୩୨ ଲିଟର ମଦ ଜବତ କରାଯାଇଛି । ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?