ବୋଲେରୋ ଗାଡି ଧକ୍କାରେ ଦୁଇ ମୃତ, ଜଣେ ଗୁରୁତର

ବ୍ରହ୍ମପୁର ଅଫିସ,୨।୬: ସଦର ଥାନା ଅନ୍ତର୍ଗତ ବାଲିପଡାରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ଗାଡି ଧକ୍କାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଏମକେସିଜି ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ଥହେଲେ ପତିତପାବନ ଗ୍ରାମର ଅମୀୟ ଦାସ (୨୬) ଓ ତାଙ୍କର ସାଙ୍ଗ ବାଲିପଡା ଇନ୍ଦିରା ଆବାସର ସୁଶାନ୍ତ କୁମାର ନାୟକ(୨୫)। ସେହିପରି ଗୁରୁତର ଆହତ ହୋଇ ଏମକେସିଜିରେ ଚିକିତ୍ସିତ ହେଉଥିବା ଯୁବକ ଜଣଙ୍କ ବାଇଗଣବାଢି ଗ୍ରାମର ସଂଗ୍ରାମ ସାହୁ(୧୮) ବୋଲି ପୋଲିସଠାରୁ ସୂଚନା ମିଳିଛି। ସେହିପରି ମୃତ ଅମୀୟଙ୍କ ମାମୁ ରବୀନ୍ଦ୍ର ଦାସଙ୍କ ଅଭିଯୋଗ କ୍ରମେ ପୋଲିସ ଏ ସଂକ୍ରାନ୍ତରେ ୨୮୬/୨୩ ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri