ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଆଜି ପରିବାରର ମୁଖ୍ୟ ଦୟାନିଧି ବେହେରା ଏବଂ ମା’ ଲକ୍ଷ୍ମୀଙ୍କର ବ୍ରହ୍ମପୁର ହସ୍ପିଟାଲରେ ବିଳମ୍ବିତ ରାତିରେ ମୃତ୍ୟୁ ଘଟିଥିବା ବେଳେ ବଡ଼ପୁଅ ସୁନିଲ,ବୋହୂ ସ୍ବପ୍ନା ଏବଂ ସାନପୁଅ ଅନିଲଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଘରୁ ଚିତ୍କାର ଶୁଣି ପଡ଼ୋଶୀ ଏବଂ ସାହି ଲୋକେ ନିଆଁକୁ ସାମାନ୍ୟ ଆୟତ୍ତ କରିବା ସହ ୪ ଗୁରୁତରଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଲିଭାଇଥିଲା। ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିବା ସାହି ଲୋକେ ଅନୁମାନ କରିଛନ୍ତି। ତେବେ ପ୍ରାଥମିକ ତଦନ୍ତବେଳେ ଘରୁ ପେଟ୍ରୋଲ ଡବା ମିଳିଥିବାରୁ ଘଟଣାର ପ୍ରକୃତ କାରଣ ଅସ୍ପଷ୍ଟ ଥିବା କଲ୍ୟାଣସିଂହପୁର ଥାନା ଅଧିକାରୀ ସୁକୁମା ହାଁସଦା କହିଛନ୍ତି। ଏଥିସହ ଘଟଣା ବେଡ୍‌ରୁମ୍‌ରେ ଘଟିଥିବା ସେ କହିଛନ୍ତି। ତେଣୁ ଏହାର କାରଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ସମସ୍ତ ଗୁରୁତରଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛି। ରାୟଗଡ଼ାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ପଠାଇ ଦିଆଯାଇଥିଲା ବୋଲି ଡାକ୍ତର ବୀରେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri