ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା

ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି ଚାଲି ଆସିଥିବା ଜଣାପଡିଛି। ତେବେ ବାଘଟି ନୂଆ ଇଲାକା ତିଆରି ପାଇଁ ମଧ୍ୟପ୍ରଦେଶରୁ ଚାଲି ଆସିଥିବା କୁହାଯାଉଛି। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏକ୍ସରେ ସୂଚନା ଦେଇଛନ୍ତି।

ଓଡ଼ିଶାରେ ବର୍ତମାନ ୩୦ଟି ବାଘ ରହିଛନ୍ତି। ଏଠି ମଧ୍ୟରୁ ୮ଟି ଛୁଆ ଅଟନ୍ତି। ଅଲ ଓଡିଶା ଟାଇଗର ଏଷ୍ଟିମେସନ ଅନୁସାରେ ମୋଟ ବାଘ ମଧ୍ୟରୁ ୧୪ଟି ବାଘୁଣୀ ଓ ୧୩ଟି ବାଘଙ୍କୁ କ୍ଯାମେରା ଜରିଆରେ ଠାବ କରାଯାଇଥିବାବେଳେ ଆଉ ୩ଟି ବାଘ ଶିମିଳିପାଳରେ ଥିବା ସୂଚନା ମିଳିଛି। ଏହି ୩ଟି ବାଘଙ୍କୁ କ୍ଯାମେରା ଜରିଆରେ ଠାବ କରାଯାଇପାରିନାହିଁ।

ତେବେ ଗତ କିଛି ବର୍ଷ ମଧ୍ୟରେ ଓଡିଶାରୁ କଲରାପତରିଆ ବାଘଙ୍କ ସଂଖ୍ୟା ହ୍ରାସ ପାଇଛି। ସାରା ଦେଶରେ କଲରାପତରିଆ ବାଘ ସଂଖ୍ୟା ବଢ଼ିଥିବା ବେଳେ, ଓଡ଼ିଶାରେ କମୁଥିବା ତଥ୍ୟରୁ ଜଣା ପଡିଛି। ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ୫୬୮କୁ ହ୍ରାସ ପାଇଛି। ଚାରି ବର୍ଷ ତଳେ ଏହି ସଂଖ୍ୟା ୭୬୦ ଥିଲା । ଏହାର ଅର୍ଥ ହେଉଛି, ୧୯୨ କଲରାପତରିଆ ଏ ଭିତରେ ଉଭାନ ହୋଇ ଯାଇଛନ୍ତି ।

ଚଳିତ ବର୍ଷ ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଥିଲା ବେଳେ ଓଡ଼ିଶାରେ ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା କରାଯିବ। କ୍ୟାମେରା ଟ୍ରାପ ଜରିଆରେ ବର୍ଷ ସାରା ମହାବଳ ବାଘଙ୍କ ସ୍ଥିତି ଉପରେ ନଜର ରହିବ। କିଛିଦିନ ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟ ପ୍ରକାଶ କରିବା ଅବସରରେ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏହି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri