୨ ଅଭିଯୁ୍‌କ୍ତଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ,୧୯।୭ ୨୦୨୦ ସେପ୍ଟେମ୍ବରରେ ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମବାହାଳି ଛକରେ ରହୁଥିବା ଜରି ଗୋଟାଳି ରାଜୁ ଓରଫ୍‌ ବିଜୁଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଜିଲା ଦୌରାଜଜ୍‌ ଘଟଣାର ୨ ଅଭିଯୁକ୍ତ ମନୋଜ ରାଉତ ଓ ଦୁଃଖୀରାମ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।

ପ୍ରକାଶ ଯେ, ନିମବାହାଳି ଛକରେ ରହୁଥିବା ଜରିଗୋଟାଳି ରାଜୁଙ୍କର ଜଣେ ମହିଳାଙ୍କ ସହ ବିବାହକୁ ନେଇ ତାଙ୍କ ସହିତ ରହୁଥିବା ମନୋଜ ଓ ଦୁଃଖୀରାମଙ୍କ ମଧ୍ୟରେ ବିବାଦ ହୋଇଥିଲା। ମହିଳା ଜଣକ ରାଜୁଙ୍କୁ ବିବାହ କରିବା ପାଇଁ ଚାହିଁବାରୁ ମନୋଜ ଏହାର ପ୍ରତିବାଦ କରିଥିଲେ। କାରଣ ମନୋଜ ସମ୍ପୃକ୍ତା ମହିଳାଙ୍କୁ ବିବାହ କରିବାକୁ ଚାହୁଁଥିଲେ। କିନ୍ତୁ ସମ୍ପୃକ୍ତା ମହିଳା ଏଥିରେ ରାଜି ନ ଥିଲେ। ଏହି ଘଟଣାକୁ ନେଇ ୩ଜଣଙ୍କ ମଧ୍ୟରେ ବିବାଦ ହୋଇଥିଲା। ପ୍ରଥମେ ଦୁଃଖୀରାମ ରାଜୁଙ୍କୁ ଚାପୁଡା ମାରିଥିଲେ। ଏହାପରେ ମନୋଜ ଏକ ଟାଙ୍ଗିଆରେ ରାଜୁଙ୍କ ବେକକୁ ହାଣିଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ଉଭୟ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ନିମବାହାଳି ବଜାରରେ ତେଜରାତି ଦୋକାନ ଦେଇଥିବା ପୀତବାସ ନାୟକ ଘଟଣା ସମ୍ପର୍କରେ ମୋଟଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ନଂ. ୨୦୪ା୨୦ରେ ଏକ ମାମଲା ରୁଜୁ ସହ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ତତ୍କାଳୀନ ଅଧିକାରୀ ସରୋଜିନୀ ସାମ୍ବଡା କୋର୍ଟରେ ଚାର୍ଜସିଟ୍‌ ଦାଖଲ କରିଥିଲେ। ଏହି ମାମଲାର ସିିଟି ସେସନ୍ସ କେସ୍‌ ନଂ-୧୨ା୨୧ର ବିଚାର କରି ଜିଲା ଦୌରାଜଜ୍‌ ଶରତ କୁମାର ଦେହୁରୀ ଉପରୋକ୍ତ ଦଣ୍ଡାଦେଶ ପ୍ରଦାନ କରିଥିଲେ। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ପବ୍ଲିକ ପ୍ରସିକ୍ୟୁଟର ଗଣେଶ କୁମାର ବେହେରା ପରିଚାଳନା କରିଥିଲେ। ଅଭିଯୁକ୍ତ ମନୋଜଙ୍କ ଘର କଳାହାଣ୍ଡି ଜିଲା ଭବାନୀପାଟଣା ଥାନା ଜେନାଖୋଲପଡ଼ା ଓ ଦୁଃଖୀରାମଙ୍କ ଘର ଅନୁଗୋଳ ଜିଲା ଜରପଡ଼ା ଥାନା ପୁରୁଣା ଗ୍ରାମରେ ହୋଇଥିତ୍ବା ବେଳେ ସେମାନଙ୍କ ପରିବାର ବର୍ତ୍ତମାନ ଢେଙ୍କାନାଳ ଟାଇନପ୍ଲାନିଂ ଅଞ୍ଚଳରେ ରହୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri