ନାବାଳିକାଙ୍କୁ ବଳାତ୍କାର ପରେ ବିଷ ଘଟଣାରେ ୨ ଅଟକ

ସଜନାଗଡ଼, ୨ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯାଇଥିଲା। ପରେ ମେଡିକାଲରେ ବିଷକ୍ରିୟାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏନେଇ ତାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ପୋଲିସ ମଙ୍ଗଳବାର ଇଟାଭାଟି ମାଲିକ ଓ ଟ୍ରାକ୍ଟର ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ବାଲେଶ୍ୱର ଏସ୍‌ପି ସୁଧାଂଶୁ ଷଡ଼ଙ୍ଗୀ ଏକ ଟିମ୍‌ କରି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନୀଳଗିରି ଏସ୍‌ଡିପିଓ ରୀତେଶ କୁମାର ମହାପାତ୍ର ଓ ଆଇଆଇସି ପ୍ରଭଞ୍ଜନ ବେହେରା ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ସାଇଣ୍ଟିଫିକ୍‌ ଟିମ୍‌ ଇଟାଭାଟିକୁ ଯାଇ ମଧ୍ୟ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ନୀଳଗିରି ଶ୍ରମ ଅଧିକାରୀ ମଧ୍ୟ ଇଟାଭାଟିକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ମନୋଜ ରାଉତ ନୀଳଗିରି ଥାନାରେ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଶବ ବ୍ୟବଚ୍ଛେଦ କରାଇଥିବା ବେଳେ ମାଜିଷ୍ଟ୍ରେଟ ମଧ୍ୟ ଉପସ୍ଥିତ ଥିଲେ ା ଏନେଇ ନୀଳଗିରି ଥାନାରେ ଏକ ମାମଲା(ନଂ.୩୯୫/୨୦) ରୁଜୁ ହୋଇଛି। ଦଫା ୩୨୮, ୩୦୨, ୩୭୬ (ଡିଏ) ଆଇପିସି ୬ ପୋକ୍‌ସୋ ଧାରାରେ ମାମଲା ରୁଜୁ ହୋଇଥିବା ଆଇଆଇସି ପ୍ରଭଞ୍ଜନ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri