କାଦୁଅରେ ପଡ଼ି ୨ହାତୀ ଛଟପଟ

ପରଜଙ୍ଗ, ୨୭।୧୨(ଡି.ଏନ୍‌.ଏ.)  ବେଆଇନ ଇଟାଭାଟି ପାଇଁ ଜଙ୍ଗଲାଞ୍ଚଳରେ ଖୋଳାଯାଇଥିଲା ମାଟି। ଆଉ ଏହାଦ୍ୱାରା ସୃଷ୍ଟି ହୋଇଥିବା କାଦୁଅ ଭର୍ତ୍ତି ଗାତରେ ପଡ଼ି ୨ଦିନ ହେଲା ଛଟପଟ ହେଉଛନ୍ତି ଗୋଟିଏ ଦନ୍ତା ସହ ଅନ୍ୟ ଏକ ଅଣ୍ଡିରା ହାତୀ ଶାବକ। ବନ ବିଭାଗ ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ବିଫଳ ହୋଇଛି। ଜୀବନ ପ୍ରତି ବିପଦ ଆଶଙ୍କା ଥିବାରୁ ଜେସିବି ଅପରେଟର ହାତୀ ପାଖକୁ ଯାଇ ଉଦ୍ଧାର କରିବାକୁ ଅମଙ୍ଗ ହେଉଛନ୍ତି। ତେଣୁ ଉଭୟ ହାତୀ କାଦୁଅରେ ଲଟପଟ ହୋଇ ଅଣନିଃଶ୍ୱାସୀ ହୋଇଗଲେଣି। ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧୀନ କୁଲେଇ-ବଅଁରପାଳ ନିକଟରେ କଦଳୀପାଳରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ଗ୍ରାମବାସୀଙ୍କ କହିବା କଥା, ବେଆଇନ ଇଟାଭାଟି ପାଇଁ ବ୍ୟାପକ ପରିମାଣର ମାଟି ଖୋଳାଯିବା ପରେ ବିରାଟକାୟ ଗର୍ତ୍ତ ସୃଷ୍ଟି ହୋଇଛି। ଶନିବାର ରାତିରେ ଉକ୍ତ ଦୁଇ ହାତୀ ସେହି ଗାତରେ ଖସିପଡ଼ିଛନ୍ତି। ରବିବାର ଘଟଣା ଜଣାପଡ଼ିବା ପରେ ବନ ବିଭାଗକୁ ସୂଚନା ଦିଆଯାଇଥିଲା। କର୍ମଚାରୀ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ ମଧ୍ୟ ହାତୀଙ୍କୁ ଗାତରୁ ବାହାର କରିବା ସମ୍ଭବ ହୋଇନାହିଁ। ଦୁଇ ହାତୀ ବାହାରକୁ ଆସିବାକୁ ଉଦ୍ୟମ କରି ନୟାନ୍ତ ହୋଇଗଲେଣି। ବିଶେଷଜ୍ଞଙ୍କ ସହାୟତାରେ ବନ ବିଭାଗ ସେମାନଙ୍କୁ ତୁରନ୍ତ ଉଦ୍ଧାର କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏ ନେଇ ଦଦରାଘାଟି ସେକ୍ସନ ଫରେଷ୍ଟର ବିଶ୍ୱନାଥ ସୋରେନ୍‌ କୁହନ୍ତି, ଦୁଇଦିନ ତଳେ ଉକ୍ତ ଦନ୍ତା ମହୁଲ ପୋଚ ଖାଇ ନିଶାଗ୍ରସ୍ତ ହୋଇପଡ଼ି ଗ୍ରାମରେ ପଶିଯାଇଥିଲା। ଏହାକୁ ଜଙ୍ଗଲକୁ ଘଉଡ଼ାଇ ଦିଆଯାଇଥିଲା। ତେବେ ଶନିବାର ରାତିରେ ସେ ଏବଂ ତା’ ସହିତ ଅନ୍ୟ ଏକ ହାତୀ ଶାବକ କାଦୁଅ ଭର୍ତ୍ତି ଗାତରେ ପଡ଼ିଯାଇଛନ୍ତି। ମେଶିନ ଅପରେଟର ହାତୀଙ୍କୁ ବାହାର କରିବାକୁ ରାଜି ହେଉନାହାନ୍ତି। ବନ ବିଭାଗ ହାତୀଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri