ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି: ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଆନ୍ଧ୍ରର ଦୁଇ କର୍ମଚାରୀଙ୍କୁ ଉଦ୍ଧାର କରି…

ପଟ୍ଟାଙ୍ଗି,୨।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ତେଲରାଇ ଛକ ନିକଟରେ ତଥା ଜାତୀୟ ରାଜପଥ କଡରେ ଦୁର୍ଘଟଣା ଘଟିଛି। ଏଥିରେ ଗୁରୁତର ଦୁଇ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରିଛନ୍ତି।

ସୂଚନାନୁଯାୟୀ, ପଡୋଶୀ ଆନ୍ଧ୍ର ରାଜ୍ୟର କାକିନାଡା ଜିଲା ଅନ୍ତର୍ଗତ ଜି ମାଉଡି ଗ୍ରାମର ଦୁଇ ଯୁବକ (କେ ଆଦିତ୍ୟ ଏବଂ ଟି ବିରେନ୍ଦ୍ର) ଏକ ମୋଟର ସାଇକେଲ ନଂ AP୩୯NE ୬୫୩୭ ଯୋଗେ ଆନ୍ଧ୍ରରୁ ପଟ୍ଟାଙ୍ଗି ଆସିଥିଲେ। ଦୁହେଁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉପରୋକ୍ତ ଛକ ବା ଜାତୀୟ ରାଜପଥ କଡରେ ପଡି ରହିଥିଲେ । ଉକ୍ତ ସ୍ଥାନ ଦେଇ ଯାତାୟାତ କରୁଥିବା କୈଣସି ଗାଡ଼ି ଅଟକି ଦୁହିଁଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ପାଇଁ ଚେଷ୍ଟା କରି ନ ଥିଲେ । ହେଲେ ଘଟଣାସ୍ଥଳରୁ କିଛି ଦୂରରେ ରହିଥିବା ଚାଷଜମିରେ କାମ କରୁଥିବା ଲୋକମାନେ ଆମ୍ବୁଲାନ୍ସକୁ ଫୋନ କରି ଦୁହିଁଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବାରେ ସହଯୋଗ କରିଥିଲେ। ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ଦୁହିଁଙ୍କ ପ୍ରାଥମିକ ଚିକିତ୍ସା କରାଯିବା ପରେ କୋରାପୁଟ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ଉକ୍ତ ମେଡ଼ିକାଲ କଲେଜରେ ଦୁହିଁଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଖବର ପାଇ ଥାନାଧିକାରୀ ଚତୁର୍ଭୁଜ ନାୟକ
ଘଟଣା ସ୍ଥଳେ ପହଞ୍ଚି ପଡି ରହିଥିବା ମୋଟର ସାଇକେଲ କୁ ଜବତ କରି ଏହା ଦୁର୍ଘଟଣା ନା ଅନ୍ୟ କିଛି ଏବଂ ଆହତ ଦୁଇ ଯୁବକ କେଉଁ ଆଡେ ଯାଉଥିଲେ ବା ଆସୁଥିଲେ ତାହା ତଦନ୍ତ ପରେ ଜଣାପଡିବ ବୋଲି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri