ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି: ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଆନ୍ଧ୍ରର ଦୁଇ କର୍ମଚାରୀଙ୍କୁ ଉଦ୍ଧାର କରି…

ପଟ୍ଟାଙ୍ଗି,୨।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ତେଲରାଇ ଛକ ନିକଟରେ ତଥା ଜାତୀୟ ରାଜପଥ କଡରେ ଦୁର୍ଘଟଣା ଘଟିଛି। ଏଥିରେ ଗୁରୁତର ଦୁଇ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରିଛନ୍ତି।

ସୂଚନାନୁଯାୟୀ, ପଡୋଶୀ ଆନ୍ଧ୍ର ରାଜ୍ୟର କାକିନାଡା ଜିଲା ଅନ୍ତର୍ଗତ ଜି ମାଉଡି ଗ୍ରାମର ଦୁଇ ଯୁବକ (କେ ଆଦିତ୍ୟ ଏବଂ ଟି ବିରେନ୍ଦ୍ର) ଏକ ମୋଟର ସାଇକେଲ ନଂ AP୩୯NE ୬୫୩୭ ଯୋଗେ ଆନ୍ଧ୍ରରୁ ପଟ୍ଟାଙ୍ଗି ଆସିଥିଲେ। ଦୁହେଁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉପରୋକ୍ତ ଛକ ବା ଜାତୀୟ ରାଜପଥ କଡରେ ପଡି ରହିଥିଲେ । ଉକ୍ତ ସ୍ଥାନ ଦେଇ ଯାତାୟାତ କରୁଥିବା କୈଣସି ଗାଡ଼ି ଅଟକି ଦୁହିଁଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ପାଇଁ ଚେଷ୍ଟା କରି ନ ଥିଲେ । ହେଲେ ଘଟଣାସ୍ଥଳରୁ କିଛି ଦୂରରେ ରହିଥିବା ଚାଷଜମିରେ କାମ କରୁଥିବା ଲୋକମାନେ ଆମ୍ବୁଲାନ୍ସକୁ ଫୋନ କରି ଦୁହିଁଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବାରେ ସହଯୋଗ କରିଥିଲେ। ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ଦୁହିଁଙ୍କ ପ୍ରାଥମିକ ଚିକିତ୍ସା କରାଯିବା ପରେ କୋରାପୁଟ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ଉକ୍ତ ମେଡ଼ିକାଲ କଲେଜରେ ଦୁହିଁଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବାରୁ ସେମାନଙ୍କୁ ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଖବର ପାଇ ଥାନାଧିକାରୀ ଚତୁର୍ଭୁଜ ନାୟକ
ଘଟଣା ସ୍ଥଳେ ପହଞ୍ଚି ପଡି ରହିଥିବା ମୋଟର ସାଇକେଲ କୁ ଜବତ କରି ଏହା ଦୁର୍ଘଟଣା ନା ଅନ୍ୟ କିଛି ଏବଂ ଆହତ ଦୁଇ ଯୁବକ କେଉଁ ଆଡେ ଯାଉଥିଲେ ବା ଆସୁଥିଲେ ତାହା ତଦନ୍ତ ପରେ ଜଣାପଡିବ ବୋଲି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ...

କାର୍‌-ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି।...

ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା

ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍‌ ଏବଂ...

ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର...

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍...

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri