ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସରେ ପଶିଥିଲେ, ବନ୍ଧା ହେଲେ ୨ ନକଲି ଆର୍ମି ଅଫିସର

ଗୋପାଳପୁର,୭ା୪(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ଆବାସରେ ନିଜକୁ ଆର୍ମି ଅଫିସର ପରିଚୟ ଦେଇ ଜୋରଜବରଦସ୍ତି ପଶିବା ଅଭିଯୋଗରେ ଗୋପାଳପୁର ପୋଲିସ ବୁଧବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମର ରାହୁଲ ପ୍ରଧାନ (୨୨) ଓ ରାହୁଲ ପିଞ୍ଜରା (୨୨)। ଏହି ଥାନା ଅନ୍ତର୍ଗତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ଆବାସ ଫାଟକ ସମ୍ମୁଖରେ ବୁଧବାର ଆଇକା ପାତ୍ର ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ପୂର୍ବାହ୍ନରେ ରାହୁଲ ପ୍ରଧାନ ଓ ରାହୁଲ ପିଞ୍ଜରା ଆର୍ମି ପୋଷାକରେ ଆସି ନିଜକୁ କମାଣ୍ଡର ପରିଚୟ ଦେଇ ଛାତ୍ରୀ ଆବାସର ଜଣେ ବ୍ୟକ୍ତିଙ୍କୁ ମିଶିବା ପାଇଁ ସିକ୍ୟୁରିଟି ଗାର୍ଡଙ୍କୁ କହିଥିଲେ। ତେବେ ଦୁଇଜଣଙ୍କ ଚାଲିଚଳଣ ଓ କଥାବାର୍ତ୍ତାରେ ସନ୍ଦେହ ଉପୁଜିଥିଲା। ଏ ନେଇ ଗାର୍ଡ ଜଣକ ସୁପରଭାଇଜରଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ଅନ୍ୟ ସିକ୍ୟୁରିଟି ଗାର୍ଡମାନେ ପହଞ୍ଚତ୍ ଉଭୟଙ୍କୁ ପଚରାଉଚରା କରିଥିଲେ। ଏନେଇ ଗାର୍ଡ ଆଇକା ପାତ୍ର ଗୋପାଳପୁର ଥାନାରେ ଅଭିଯୋଗ କରିବା ସହ ଦୁଇଜଣଙ୍କୁ ପୋଲିସ ଜିମା ଦିଆଯାଇଥିଲା। ଏ ନେଇ ନଂ. ୫୮/୨୨ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା। ଉଭୟଙ୍କଠାରୁ ନକଲି ଆର୍ମି ପରିଚୟପତ୍ର, ସିବିଆଇ ପରିଚୟ ପତ୍ର, ନକଲି ବନ୍ଧୁକ, ନକଲି ଆର୍ମି ପୋଷାକ, ଦୁଇଟି ଟୋପି, ଦୁଇଟି ମୋବାଇଲ, ମନି ପର୍ସ ଓ ଟଙ୍କା, ଦୁଇଟି ଏଟିଏମ୍‌ କାର୍ଡ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିବା ନେଇ ଥାନାଧିକାରୀ ଶ୍ରୀକାନ୍ତ ଖମାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri