ଜରାପଦର ଗାଁରେ ୨ ପରିବାରକୁ ବାସନ୍ଦ, ଅଭିଯୋଗ ପରେ…

ଗଞ୍ଜାମ,୪।୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ଜରାପଦର ଗାଁ ରେ ଦୁଇ ପରିବାରକୁ ବାସନ୍ଦ କରାଯାଇଥିବା ନେଇ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ମିଳିଥିବା ସୂଚନା ଅନୁସାରେ ସେହି ଗ୍ରାମର ଏଚ୍‌ ରାମଚନ୍ଦ୍ର ରେଡ୍ଡିଙ୍କୁ କୌଣସି କଥାକୁ ନେଇ ଗ୍ରାମବାସୀ ବାସନ୍ଦ କରିଥିଲେ l ଏଥିସହ ଗ୍ରାମବାସୀ ରାମଚନ୍ଦ୍ରଙ୍କ ସ୍ତ୍ରୀ ଏଚ ସାବିତ୍ରୀ ରେଡି ଫାଇନ ଟଙ୍କା ମାଗିଥିଲେ । ଗରିବ ଲୋକ ଫାଇନ ଟଙ୍କା ମୁଁ କେଉଁଠୁ ଆଣିବି କହି ସାବିତ୍ରୀ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବାସନ୍ଦ ସାବିତ୍ରୀ ସାଙ୍ଗରେ ଭାଇ ଏସ୍‌ ଅଶାନ୍ତl କଥା ହେବାରୁ ତାଙ୍କୁ ମଧ୍ୟ ଗ୍ରାମବାସୀ ବାସନ୍ଦ କରିଥିବା ଅଭିଯୋଗ ହୋଇଛି l ଶନିବାର ଗାଁ ରେ ମିଟିଙ୍ଗ ଚାଲିଥିବା ବେଳେ ପୋଲିସ ପହଞ୍ଚି ବିଭିନ୍ନ ଖାତା ପତ୍ର ଯାଞ୍ଚ କରିବା ସହ ଫୋଟୋ ଉତ୍ତୋଳନ କରି ଆଣିଥିବା ଏକ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି। ଏନେଇ ଥାନା ଆଇଆଇସି ସୁମିତ୍ରା ପାତ୍ର କହିଛନ୍ତି ଅଭିଯୋଗ ଅନୁସାରେ ନୋଟିସ କରାଯାଇଛି । ତିନି ରେ ଗ୍ରାମବାସୀଙ୍କ ସହ ଆଲୋଚନା ହେବାର ଥିଲା କିନ୍ତୁ ବନ୍ୟା ବାତ୍ୟା କାରଣ ତାହା ହୋଇ ପାରିନି। ଉପରୋକ୍ତ ଘଟଣାକୁ ନେଇ ଉପଜିଲ୍ଲାପାଳ, ଏସଡିପିଓ ଓ ତହସିଲଦାରଙ୍କୁ ଅବଗତ କରାଯାଇଛି। ମହିଳା ଏସଆଇ ସୁପ୍ରଭା ସାହୁଙ୍କୁ ପଚାରିବାରେ ଚାରି ବର୍ଷର ଘଟଣା। ଅଭିଯୋଗ ପରେ ତିନି ଜଣଙ୍କ ନାମରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ସେ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri