ଜରାପଦର ଗାଁରେ ୨ ପରିବାରକୁ ବାସନ୍ଦ, ଅଭିଯୋଗ ପରେ…

ଗଞ୍ଜାମ,୪।୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ଜରାପଦର ଗାଁ ରେ ଦୁଇ ପରିବାରକୁ ବାସନ୍ଦ କରାଯାଇଥିବା ନେଇ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ମିଳିଥିବା ସୂଚନା ଅନୁସାରେ ସେହି ଗ୍ରାମର ଏଚ୍‌ ରାମଚନ୍ଦ୍ର ରେଡ୍ଡିଙ୍କୁ କୌଣସି କଥାକୁ ନେଇ ଗ୍ରାମବାସୀ ବାସନ୍ଦ କରିଥିଲେ l ଏଥିସହ ଗ୍ରାମବାସୀ ରାମଚନ୍ଦ୍ରଙ୍କ ସ୍ତ୍ରୀ ଏଚ ସାବିତ୍ରୀ ରେଡି ଫାଇନ ଟଙ୍କା ମାଗିଥିଲେ । ଗରିବ ଲୋକ ଫାଇନ ଟଙ୍କା ମୁଁ କେଉଁଠୁ ଆଣିବି କହି ସାବିତ୍ରୀ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବାସନ୍ଦ ସାବିତ୍ରୀ ସାଙ୍ଗରେ ଭାଇ ଏସ୍‌ ଅଶାନ୍ତl କଥା ହେବାରୁ ତାଙ୍କୁ ମଧ୍ୟ ଗ୍ରାମବାସୀ ବାସନ୍ଦ କରିଥିବା ଅଭିଯୋଗ ହୋଇଛି l ଶନିବାର ଗାଁ ରେ ମିଟିଙ୍ଗ ଚାଲିଥିବା ବେଳେ ପୋଲିସ ପହଞ୍ଚି ବିଭିନ୍ନ ଖାତା ପତ୍ର ଯାଞ୍ଚ କରିବା ସହ ଫୋଟୋ ଉତ୍ତୋଳନ କରି ଆଣିଥିବା ଏକ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି। ଏନେଇ ଥାନା ଆଇଆଇସି ସୁମିତ୍ରା ପାତ୍ର କହିଛନ୍ତି ଅଭିଯୋଗ ଅନୁସାରେ ନୋଟିସ କରାଯାଇଛି । ତିନି ରେ ଗ୍ରାମବାସୀଙ୍କ ସହ ଆଲୋଚନା ହେବାର ଥିଲା କିନ୍ତୁ ବନ୍ୟା ବାତ୍ୟା କାରଣ ତାହା ହୋଇ ପାରିନି। ଉପରୋକ୍ତ ଘଟଣାକୁ ନେଇ ଉପଜିଲ୍ଲାପାଳ, ଏସଡିପିଓ ଓ ତହସିଲଦାରଙ୍କୁ ଅବଗତ କରାଯାଇଛି। ମହିଳା ଏସଆଇ ସୁପ୍ରଭା ସାହୁଙ୍କୁ ପଚାରିବାରେ ଚାରି ବର୍ଷର ଘଟଣା। ଅଭିଯୋଗ ପରେ ତିନି ଜଣଙ୍କ ନାମରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ସେ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri