ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ମୁତାବକ, ୨ଜଣ ଚାଷୀ ଜମିରେ କାମ କରୁଥିଲେ। ସେତିକିବେଳେ ସେମାନେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।