ଧାନ ଜଗିବାକୁ ଯାଇଥିଲେ: ୨ ଚାଷୀଙ୍କୁ ଦଳିଦେଲା ହାତୀ

ଜମନକିରା,୧୧।୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ରମା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ କୁତବ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଧାନ ଜଗିବାକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ୨ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଚାଷୀ ଦ୍ୱୟ ହେଲେ ଗଙ୍ଗାରାମ ପଟେଲ(୪୫) ଘଟୁଆଲ(୬୦) ବୋଲି ଜଣାପଡିଛି।

ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଅଧିକାରୀ, ଆଇଆଇସି ପଦ୍ମାଳୟା ସାହୁ ଏବଂ ତହସିଲଦାର ପ୍ରବୀଣା ବିଲୁଙ୍ଗ ପ୍ରମୁଖ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ସରକାରଙ୍କ ନିୟମ ଅନୁଯାୟୀ ମୃତକଙ୍କ ପରିବାର ଲୋକଙ୍କୁ ଆବଶ୍ୟକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ପ୍ରକାଶ କରିଥିଲେ। ଏନେଇ ଜମନକିରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ସମ୍ବଲପୁର ଜିଲା ବଡ଼ରମା ରେଞ୍ଜ ଅଧୀନ କୁତବ ଗ୍ରାମର ୨ ଚାଷୀ ପ୍ରଦୀପ ଏବଂ ଗଙ୍ଗାରାମ ସୋମବାର ରାତ୍ରିରେ ଧାନ ଚାଷ ଜଗିବାକୁ ଯାଇଥିଲେ। ସେତିକିବେଳେ ସେମାନେ ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀ ସେମାନଙ୍କୁ ଦଳି ଦେଇଥିଲା। ଫଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ସକାଳୁ ଗ୍ରାମବାସୀ ବଣଭିତରେ ଥିବା ରାସ୍ତା କଡରେ ୨ଜଣଙ୍କ ମୃତଦେହ ପଡିଥିବା ଦେଖି ବନ ବିଭାଗ ଏବଂ ଜମନକିରା ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ବଡ଼ରମା ରେଞ୍ଜର ଗିରିଧାରୀ ପଧାନ, ଜମନକିରା ଆଇଆଇସି ପଦ୍ମାଳୟା ସାହୁ, ତହସିଲଦାର ପ୍ରବୀଣା ବିଲୁଙ୍ଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ହେଲେ କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଲୋକଙ୍କୁ ବୁଝାସୁଝା କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବା ପାଇଁ ରେଞ୍ଜର ପ୍ରତିଶ୍ରୁତି ଦେବାପରେ ପରିସ୍ଥିତି ଶାନ୍ତ ପଡିଥିଲା। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୁଚିଣ୍ଡା ଡାକ୍ତରଖାନା ପଠାଯାଇଥିଲା। ହାତୀର ଗତିବିଧି ଉପରେ ବନ ବିଭାଗ ଲକ୍ଷ୍ୟ ରଖୁଥିଲେ ମଧ୍ୟ ଜନ ସାଧାରଣଙ୍କୁ ସତର୍କ କରାଯାଉ ନ ଥିବାରୁ ଏପରି ଦୁର୍ଘଟଣା ଘଟିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି l

ଫରେଷ୍ଟର ଆନନ୍ଦ ପରିଡ଼ା, ସନ୍ତୋଷ ବାଘ, କୃପାସିନ୍ଧୁ ପ୍ରଧାନ, ଆଜମେର ଜଇପୁରିଆ, ସୁଦୀପ୍ତ ନାୟକ, ଦେବାର୍ଚ୍ଚନ ସୁତାର, ସ୍ବରୂପ ଚୌଧୁରୀଙ୍କ ସମେତ ସମସ୍ତ ବନ କର୍ମଚାରୀ ଘଟଣାସ୍ଥଳରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri