ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌ ଉପରେ ପ୍ରାୟ ଦୁଇ ଫୁଟ ବର୍ଷା ପାଣି ଜମିଯିବାରୁ କୋରାପୁଟ–ବିଶାଖାପାଟଣମ୍ ଯାତ୍ରୀବାହୀ ଟ୍ରେନ୍ ପ୍ରାୟ ଦୁଇ ଘଣ୍ଟା ଧରି ଅଟକି ରହିଛି। ଏଥିଯୋଗୁ ଟ୍ରେନ୍‌ରେ ଥିବା ଶତାଧିକ ଯାତ୍ରୀ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ସୂଚନା ଅନୁଯାୟୀ, ଆଜି ଭୋରରୁ ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରୁ ଆସୁଥିବା ବର୍ଷାଜଳ ଟିକିରି ଷ୍ଟେଶନ୍ ନିକଟ ରେଳ ଟ୍ରାକ୍‌ ଉପରେ ଜମିଛି। ସେହିପରି ଟ୍ରାକ୍‌ ପାର୍ଶ୍ୱରେ ଥିବା ଡ୍ରେନ୍‌ର ପାଣି ମଧ୍ୟ ରେଳଧାରଣା ଉପରକୁ ଚଢ଼ି ଆସିବାରୁ ଟ୍ରାକ୍‌ରେ ପ୍ରାୟ ଦୁଇ ଫୁଟ ପାଣି ଜମା ହୋଇଥିଲା।

ଏହାର ପ୍ରଭାବରେ ସକାଳ ପ୍ରାୟ ୧୦ଟାରୁ ଟିକିରି ଷ୍ଟେସନ୍‌ରେ କୋରାପୁଟ–ବିଶାଖାପାଟଣମ୍ ଯାତ୍ରୀବାହୀ ଟ୍ରେନ୍‌କୁ ଅଟକାଇ ଦିଆଯାଇଥିଲା। ଦିନ ୧୨ଟା ସୁଦ୍ଧା ରାୟଗଡ଼ାରେ ପହଞ୍ଚିବାକୁ ଥିବା ଟ୍ରେନ୍ ପ୍ରାୟ ଦୁଇ ଘଣ୍ଟା ଧରି ଟିକିରି ଷ୍ଟେସନ୍‌ରେ ଅଟକି ରହିଥିଲା। ପରେ ଦିନ ପ୍ରାୟ ୧୨ଟା ୧୫ ମିନିଟ୍‌ରେ ଟ୍ରେନ୍‌ଟି ରାୟଗଡ଼ା ଅଭିମୁଖେ ଯାତ୍ରା ଆରମ୍ଭ କରିଥିବା ସୂଚନା ମିଳିଛି।

ଅନ୍ୟପକ୍ଷରେ, ରାଉଳୀ ଷ୍ଟେସନ୍ ନିକଟରେ ମଧ୍ୟ ରେଳ ଟ୍ରାକ୍‌ ଉପରେ ବର୍ଷା ପାଣି ଜମିଥିବା ଜଣାପଡ଼ିଛି। ଘଟଣା ପରେ ରେଳବାଇର ଅଧିକାରୀମାନେ ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି।ବର୍ଷା କମିବା ସହ ଟ୍ରାକ୍‌ରୁ ପାଣି ହଟିବା ପରେ ସୁରକ୍ଷା ଯାଞ୍ଚ କରାଯିବ। ଯାଞ୍ଚରେ ସବୁକିଛି ସ୍ୱାଭାବିକ ଥିବା ନିଶ୍ଚିତ ହେବା ପରେ ରେଳ ଚଳାଚଳ ସମ୍ପୂର୍ଣ୍ଣ ସ୍ୱାଭାବିକ କରାଯିବ ବୋଲି ରେଳବାଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରଥଯାତ୍ରାର ଅନ୍ତିମ ଯାତ୍ରା ଦେଖିବା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ଆଗମନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri