ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ ପାଟ୍ରୋଲିଂ କରିବା ସମୟରେ ଶିକାରୀ ଗୁଳି ଚଳାଇଥିଲେ । ଗୁଳି ଦୁଇ ବନ କର୍ମଚାରୀଙ୍କୁ ଗୋଡ଼ରେ ବାଜିଥିବାବେଳେ ପ୍ରଥମେ ତାଙ୍କୁ ବାଲେଶ୍ୱର ମୁଖ୍ୟଚିକିତ୍ସାଳୟ ପଠାଯାଇ ଚିକିତ୍ସା କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଏସସିବି କାଜୁଆଲଟିରେ ଦୁଇ ବନ କର୍ମଚାରୀଙ୍କୁ ଭର୍ତ୍ତି କରାଯାଇ ପ୍ରାଥମକି ଚିକିତ୍ସା କରାଯିବା ପରେ ସର୍ଜରୀ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ଜଣେ ବନ କର୍ମଚାରୀଙ୍କ ଗୋଡ଼ରୁ ଗୁଳି କଢ଼ା ଯାଇଥିବାବେଳେ ଅନ୍ୟଜଣଙ୍କ ଗୋଡ଼ରେ ଗୁଳି କଢ଼ାଯାଇ ନାହିଁ । ଚିକିତ୍ସା ନେଇ ସର୍ଜରୀ ଓ ଅର୍ଥପେଡିକ ବିଭାଗର ଡାକ୍ତର ନିୟୋଜିତ ରହିଥିବା ମେଡିକାଲ ପକ୍ଷରୁ ସୂଚନା ରହିଛି । ଏ ନେଇ ଏସସିବି ମେଡିକାଲ ପ୍ରଶାସନିକ ଅଧିକାରୀ ଡ଼. ଅବିନାଶ ରାଉତ ସୂଚନା ଦେଇ କହିଛନ୍ତି ଯେ, ଦୁଇ ବନ କର୍ମଚାରୀଙ୍କ ମଧ୍ୟରୁ ଜଣଙ୍କ ଗୋଡ଼ରେ ଗୁଳି କଢ଼ା ଯାଇ ନାହିଁ। ସମସ୍ତ ପରୀକ୍ଷା ନିରୀକ୍ଷା କରାଯାଇଛି । ଏହାସହ ସର୍ଜରୀ ବିଭାଗରେ ସପ୍ତମ ୟୁନିଟରେ ଡା. ସସ୍ମିତା ସେଠୀଙ୍କ ନେତୃତ୍ୱରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଛି । ବିଭାଗୀୟ ମୁଖ୍ୟଙ୍କ ସହ ଆଲୋଚନା କରାଯାଇ ଗୁଳି କାଯିବ । ଦୁଇ ବନ କର୍ମଚାରୀଙ୍କୁ ସ୍ବାସ୍ଥ୍ୟବସ୍ଥାସ୍ଥିର ରହିଥିବା ରାଉତ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri