ହାରିଗଲେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ୍‌,୨୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ (ଭାଜପା) ଏବଂ ଗୀତାଞ୍ଜଳୀ ପୁଟା(ବିଜେଡ଼ି)ଙ୍କୁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି । ବରଗଡ଼ ଜୋନ୍‌-୧ରୁ ଭାଜପା ପ୍ରାର୍ଥିନୀ ରହିଥିବା ମୁକ୍ତାଙ୍କୁ ବିଜେଡ଼ି ପ୍ରାର୍ଥିନୀ ପୁଷ୍ପା ଭୋଇ ୧୪୯୯ ଭୋଟ ବ୍ୟବଧାନରେ ହରାଇଛନ୍ତି । ପୁଷ୍ପାଙ୍କ ସପକ୍ଷରେ ୧୦ ହଜାର ୭୦୦ଖଣ୍ଡ ଭୋଟ୍‌ ପଡ଼ିଥିବା ବେଳେ ମୁକ୍ତାଙ୍କୁ ୯୨୦୧ ଭୋଟ୍‌ ମିଳିଛି।

ଚଳିତ ପଞ୍ଚାୟତ ଭୋଟ୍‌ରେ ପରାଜିତ ହୋଇଥିବା ମୁକ୍ତା ୨୦୧୭ରେ ଭାଜପାରୁ ଲଢ଼ି ବିଜୟୀ ହେବା ସହିତ ଜିଲା ପରିଷଦ ଅଧ୍ୟକ୍ଷା ପଦବୀରେ ରହିଥିଲେ । ଅନୁରୂପ ଭାବେ ପାଇକମାଲ ଜୋନ-୧ରୁ ଅନ୍ୟଜଣେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ବିଜେଡ଼ି ପ୍ରାର୍ଥିନୀ ଗୀତାଞ୍ଜଳି ପୁଟାଙ୍କୁ ପରାଜିତ ହେବାକୁ ପଡ଼ିଛି । ଗୀତାଞ୍ଜଳିଙ୍କୁ ୫୮୫ ଭୋଟ ବ୍ୟବଧାନରେ ଭାଜପା ପ୍ରାର୍ଥିନୀ ତ୍ରିପୁରା ବରିହା ହରାଇଛନ୍ତି । ୨୦୧୨ ପଞ୍ଚାୟତ ଭୋଟରେ ଗୀତାଞ୍ଜଳି ବିଜେଡ଼ି ପ୍ରାର୍ଥିନୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଳାଇ ବିଜୟୀ ହେବା ସହିତ ସେତେବେଳେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀରେ ରହିଥିଲେ। ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଏଭଳି ପରାଜୟ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri