Posted inଜାତୀୟ

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଏକ ସମାବେଶକୁ ସମ୍ବୋଧିତ କରି ବଡ ଘୋଷଣା କରିଛନ୍ତି। ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ଇଦ ଏବଂ ମହରମ ଅବସରରେ ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣାରେ ଦିଆଯିବ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମେହେନ୍ଦରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି କହିଛନ୍ତି, ଜମ୍ମୁ କଶ୍ମୀରରେ ଅବଦୁଲ୍ଲା, ମୁଫତି ଏବଂ ନେହେରୁ-ଗାନ୍ଧୀ ପରିବାର ୯୦ ଦଶକରୁ ବର୍ତ୍ତମାନ ଯାଏଁ ଆତଙ୍କବାଦ ବିସ୍ତାର କରିଛନ୍ତି। କିନ୍ତୁ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସରକାର ଜମ୍ମୁ କଶ୍ମୀରରୁ ଆତଙ୍କବାଦକୁ ସମାପ୍ତ କରିଛି। ଏଠାରେ ଥିବା ଯୁବକମାନଙ୍କୁ ପଥର ବଦଳରେ ହାତରେ ଲାପଟପ ଦିଆଯାଇଛି।

ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି, ଏହି ନିର୍ବାଚନ ଜମ୍ମୁ କଶ୍ମୀରରେ ତିନି ପରିବାରର ଶାସନକୁ ଶେଷ କରିବାକୁ ଯାଉଛି। ଅବଦୁଲ୍ଲା ପରିବାର, ମୁଫତି ପରିବାର ଏବଂ ନେହେରୁ-ଗାନ୍ଧୀ ପରିବାର, ଏହି ତିନି ପରିବାର ଏଠାରେ ଗଣତନ୍ତ୍ରକୁ ନିୟନ୍ତ୍ରଣରେ ରଖିଥିଲେ। ଯଦି ୨୦୧୪ରେ ମୋଦିଜୀ ସରକାର ଆସି ନ ଥାନ୍ତେ, ତେବେ ପଞ୍ଚାୟତ, ବ୍ଲକ ଏବଂ ଜିଲା ନିର୍ବାଚନ ହୋଇ ନ ଥାନ୍ତା। ପ୍ରତି ମହିଳାଙ୍କ ହିସାବରେ ୧୮ ହଜାର ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri