ବାଘୁଆ ଜଳଭଣ୍ଡାରରେ ଖୋଲିଲା ୨ ଗେଟ୍, ୪ ବର୍ଷ ପରେ ବଢ଼ି ପାଣି ଦେଖିଲେ ଲୋକେ

ବୁଗୁଡ଼ା,୨୪ା୯(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୁଆ ଜଳଭଣ୍ଡାରର ଖୋଲିଲା ଗେଟ୍ । ଜଳସ୍ତରର ବିପଦକୁ ଆଖି ଆଗରେ ରଖି  ଜଳ ସେଚନ ବିଭାଗ ବୁଧବାର ଦିନ ମଧ୍ୟରାତ୍ରରୁ ଜଳଭଣ୍ଡାରର ୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରି ବାଘୁଆ ନଦୀରେ ଛାଡିଛି । ବାଘୁଆ ଜଳଭଣ୍ଡାରର ଜଳଧାରଣ କ୍ଷମତା ୧୧୩.୮୫ ମିଟର ଥିବା ବେଳେ ଗଭୀର ପ୍ରଭାବରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଫଳରେ ବାଘୁଆ ଜଳଭଣ୍ଡାରର ଜଳସ୍ତର ବିପଦ ସଙ୍କେତ ନିକଟରେ ପହଞ୍ଚିଥିଲା। ଏହାକୁ ଆଖି ଆଗରେ ରଖି ବିପଦଜ୍ଜନକ ସ୍ଥିତିକୁ ଏଡ଼ାଇବା ପାଇଁ ଭଞ୍ଜନଗର ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସଂଜୟ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ରାତ୍ର ୧୧ ଘଣ୍ଟା ସମୟରେ ବାଘୁଆ ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବଜୀବନ ମହାପାତ୍ରଙ୍କ ଉପସ୍ଥିତିରେ ବାଘୁଆ ଜଳଭଣ୍ଡାରର ୨ ଟି ସ୍ପିଲ୍ ୱେ ଗେଟ୍ ଖୋଲାଯାଇ ଅତିରିକ୍ତ ବନ୍ୟାଜଳକୁ ନିଷ୍କାସନ କରାଯାଇଥିଲା।

ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୧୧୩.୪୨ ମିଟର ରହିଥିବା ବେଳେ ପ୍ରତି ସେକେଣ୍ଡରେ ୫୭.୫ ଘନ ମିଟର ଜଳ ଜଳଭଣ୍ଡାରରେ ପ୍ରବେଶ କରୁଛି । ଜଳଭଣ୍ଡାରରୁ ୨ ଟି ଗେଟ୍ ଦେଇ ପ୍ରତି ସେକେଣ୍ଡରେ ୬୩ ଘନ ମିଟର ଜଳ ନିଷ୍କାସିତ ହେଉଛି । ପ୍ରକାଶ ଯେ, ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରି ବାଘୁଆ ନଦୀରେ ଛଡାଯିବା ପାଇଁ ପୂର୍ବରୁ
ବିଭାଗୀୟ ପ୍ରଶାସନ ପକ୍ଷରୁ ମାଇକ୍ ଯୋଗେ ନଦୀକୁ କେହି ନଯିବାକୁ କୁହାଯାଇଥିଲା । ଏହାସହ ଗୃହପାଳିତ ପଶୁମାନଙ୍କୁ ନଦୀକୁ ନଛାଡିବା ସକାଶେ ସତର୍କ ସୂଚନା ଜାରି କରାଯାଇଥିଲା ।

ବଡ କୌତୁହଳର ବିଷୟଯେ, ଦୀର୍ଘ ୪ ବର୍ଷ ହେଲା ଲୋକେ ବାଘୁଆ ନଦୀରେ ବଢି ଦେଖି ନଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରର ଗେଟ ଖୋଲାଯିବା ଯୋଗୁଁ  ଲୋକମାନେ ବାଘୁଆ ନଦୀରେ ବଢି ଦେଖି ମଜା ନେଉଥିବା ଦେଖାଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ନଟରାଜ ନୃତ୍ୟାୟନ ଉଦ୍‌ଘାଟିତ: ଓଡ଼ିଶୀ-ସମ୍ବଲପୁରୀ ନୃତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟ

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ବେଲଗୁଣ୍ଠା ରୋଡ୍‌ରେ ‘ନଟରାଜ ନୃତ୍ୟାୟନ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରିୟଙ୍କା ପ୍ରିୟଦର୍ଶନୀ…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?