ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ସିନ୍ଦୂରପୁର ଗାଁରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁ ଶିବମନ୍ଦିର ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ସନ୍ତୋଷ ନାୟକଙ୍କ ଝିଅ ସେଲାନି ନାୟକ(୬) ଏବଂ ବଳରାମ ଡାକୁଆଙ୍କ ଝିଅ ତୁଳସୀ ଡାକୁଆ(୬)।

ମିଳିଥିବା ସୂଚନା ମୁତାବକ, ଦୁହେଁ ମଧ୍ୟାହ୍ନ ପ୍ରାୟ ୧୨ଟାରେ ପୋଖରୀକୁ ଗାଧୋଇବା ପାଇଁ ଆସିଥିଲେ। ଗାଧୋଉଥିବା ବେଳେ ଅସାବଧାନତା ଯୋଗୁ ଦୁଇ ଶିଶୁକନ୍ୟା ପାଣିରେ ବୁଡ଼ି ଯାଇଥିଲେ। ଉଭୟେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ଗ୍ରାମବାସୀଙ୍କ ସହ ପୋଖରୀରେ ପହଞ୍ଚି ଥିଲେ। ପୋଖରୀ ତୁଠରେ ସେମାନଙ୍କ ପୋଷାକ ଥିବା ଦେଖିବାକୁ ପାଇଥିଲେ। ପରେ କେତେଜଣ ଯୁବକ ପାଣିରେ ପଶି ଖୋଜିବା ସହ ସାନଖେମୁଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପାଣି ଭିତରୁ ଅଚେତ ଅବସ୍ଥାରେ ୨ ଶିଶୁକନ୍ୟାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଖବର ଶୁଣି ସ୍ବାସ୍ଥ୍ୟକେନ୍ଦ୍ର ପରିସର ପରିବାର ଲୋକଙ୍କ କାନ୍ଦ ବୋବାଳିରେ ଫାଟି ପଡିଥିଲା।

ଖବର ପାଇ ପାଟପୁର ଥାନା ଏସଆଇ ହିମାଂଶୁ ପାତ୍ର ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏନେଇ ପୋଲିସ ଥାନାରେ ଦୁଇଟି ଅପମୃତ୍ୟୁ ମାମଲା(ନଂ.୧୪/୨୪), (ନଂ୧୫/୨୪) ରୁଜୁ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଗ୍ରାମରେ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ମା’ ରାମଚଣ୍ଡୀ ଶକ୍ତିପୀଠର ନୂତନ କର୍ମକର୍ତ୍ତା ଚୟନ; ପୁଣି ସଭାପତି ହେଲେ ସିଏଚ ଦୟାନନ୍ଦ, ବିମଳ ପଣ୍ଡା ସମ୍ପାଦକ

ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ପୂଜା କମିଟିର ନୂତନ କର୍ମକର୍ତ୍ତା ଚୟନ ଓ ମା’ଙ୍କ ଷୋଡଶଦିନାତ୍ମକ ପୂଜା ନିମନ୍ତେ…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?