ଠିକା କାମକୁ ନେଇ ଗୋଷ୍ଠୀ ସଂଘର୍ଷ

ଢେଙ୍କାନାଳ ଅଫିସ,୨୪ା୧: ଢେଙ୍କାନାଳ ଜନସ୍ବାସ୍ଥ୍ୟ ବିଭାଗରେ ଭାଇବ୍ରେଟର ବ୍ୟବହାର କରାଯାଉଥିବା କାର୍ଯ୍ୟକୁ ନେଇ ସୋମବାର ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକ କାର୍‌କୁ ପୋଡ଼ି ଦିଆଯାଇଛି। ପ୍ରକାଶ ଯେ, ଏହି ଭାଇବ୍ରେଟର ବ୍ୟବହାର ହେଉଥିବା କାର୍ଯ୍ୟକୁ ନେଇ ଢେଙ୍କାନାଳ ସହର ଜଗନ୍ନାଥରୋଡ୍‌ ଅଞ୍ଚଳର କେତେଜଣ ଯୁବକ ଏବଂ ଜୟଗୋପାଳ ସାହି ବାଜିଚୌକ ଆଦି ଅଞ୍ଚଳର କେତେଜଣ ଯୁବକଙ୍କ ମଧ୍ୟରେ ତୀବ୍ର ବିବାଦ ଲାଗିଥିଲା। ବିବାଦ ଉଗ୍ରରୂପ ନେବାରୁ ଉଭୟପକ୍ଷ ପରସ୍ପର ଉପରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ଦୁଇଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେହିପରି ଅରୁ ଦଳେଇଙ୍କ ଘର ଆଗରେ ରଖାଯାଇଥିବା କାରକୁ ବିରୋଧୀ ଗୋଷ୍ଠୀ ପକ୍ଷରୁ ନିଆଁ ଲଗାଇ ଦିଆଯାଇଥିଲା। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୋମବାର ସ୍ଥାନୀୟ ଅଞ୍ଚଳର ବରିଷ୍ଠ ଓ ମୁରବୀସମ୍ପନ୍ନ ବ୍ୟକ୍ତିଙ୍କୁ ଡାକି ଟାଉନ ଥାନା ପୋଲିସ ପକ୍ଷରୁ ଆଲୋଚନା କରାଯାଇଥିଲା। ଆଇନକୁ ହାତକୁ ନେଇଥିବା ଯୁବକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଅଧିକାଂଶ ମତ ରଖିଥିବା ପୋଲିସ ସୂତ୍ରରୁ ପ୍ରକାଶ। ଏ ସଂକ୍ରାନ୍ତରେ ନଂ. ୫୬/୨୩ ଓ ୫୮/୨୩ରେ ଦୁଇଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri