ଫ୍ଲାଏଆଶ୍‌ରେ ପଡ଼ିଆ ପୋତିବାକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଥୁଆପାଲି ଅଞ୍ଚଳର ଏକ ପଡ଼ିଆରେ ବିଭିନ୍ନ କାରଖାନାରୁ ନିଷ୍କାସିତ ଫ୍ଲାଏ ଆସ୍‌ ପକାଇବାକୁ ନେଇ ୨ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଫ୍ଲାଏଆସ୍‌ ପକାଇବାକୁ ବିରୋଧ କରି ଗତ କିଛିଦିନ ତଳେ ସ୍ଥାନୀୟ କିଛି ଲୋକ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲେ। ଅନ୍ୟପଟେ ଗ୍ରାମର ଅନ୍ୟ ଏକ ଗୋଷ୍ଠୀ ସେହି ଅଭିଯୋଗକୁ ଖଣ୍ଡନ କରି ଶୁକ୍ରବାର ଜିଲାପାଳଙ୍କୁ ଫେରାଦ ହୋଇ ଆଉ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଧନୁଯାତ୍ରା ପଡ଼ିଆ, ଖେଳ ପଡ଼ିଆ ପାଇଁ ସମ୍ପୃକ୍ତ ଜାଗାରେ ମାଟି, ଫ୍ଲାଏଆସ୍‌ ପକାଯାଉଛି। ଫଳରେ ସେଥିପାଇଁ ଅନୁମତି ଦେବାକୁ ଗ୍ରାମବାସୀ ଜିଲାପାଳ ଗୋୟଲଙ୍କୁ ନିବେଦନ କରିଛନ୍ତି।
ସୂଚନା ଅନୁଯାୟୀ, ଥୁଆପାଲି ଅଞ୍ଚଳର କିଛି ପଡ଼ିଆ ଜମିରେ କାରଖାନାରୁ ନିର୍ଗତ ଫ୍ଲାଏଆସ୍‌ ପକାଇବାକୁ ନେଇ ଅସନ୍ତୋଷ ଦେଖାଯାଇଥିଲା। ଫ୍ଲାଏଆସ୍‌ ଯୋଗୁ ଅଞ୍ଚଳ ପ୍ରଦୂଷିତ ହେଉଥିବା ଏବଂ ଦୁର୍ଘଟଣା ଆଶଙ୍କା ଥିବା ଅଭିଯୋଗ କରି ଅଞ୍ଚଳର କିଛି ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ତେବେ ଗ୍ରାମର ଅନ୍ୟ ଏକ ଗୋଷ୍ଠୀ ସେହି ଅଭିଯୋଗକୁ ବିରୋଧ କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଏକ ପଡ଼ିଆକୁ ସୁବ୍ୟବସ୍ଥିତ କରି ଏକ ଖେଳ ପଡ଼ିଆ ଏବଂ ଧନୁଯାତ୍ରା ପଡ଼ିଆ କରିବା ପାଇଁ ସେଠାରେ ଫ୍ଲାଏଆସ୍‌ ପକାଇ ବ୍ୟବହାର ଉପଯୋଗୀ କରିବାର ପ୍ରୟାସ ଜାରି ରହିଥିବା ଗ୍ରାମବାସୀ କହିଛନ୍ତି। ଏଭଳି ସ୍ଥିତିରେ କିଛି ଖଳ ପ୍ରକୃତିର ଲୋକ ମନ୍ଦ ଉଦ୍ଦେଶ୍ୟ ରଖି ତାକୁ ବିଫଳ କରିବା ପାଇଁ ଅପଚେଷ୍ଟା ଚଲାଇଥିବା ଅଭିଯୋଗ ହୋଇଛି। ଫଳରେ ଏ ଦିଗରେ ବିହିତ ପଦକ୍ଷେପ ନେବା ସହିତ ପଡ଼ିଆର ଉନ୍ନତୀକରଣରେ ସହଯୋଗ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କୁ ନିବେଦନ କରିଛନ୍ତି। ସ୍ମାରକପତ୍ର ପ୍ରଦାନ ବେଳେ ଜିତେନ୍ଦ୍ର ପୋଢ଼, ସୁରେନ୍ଦ୍ର ପୋଢ଼, ଶୈଳେନ୍ଦ୍ର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଡ୍ରେନେଜ୍‌ ପାଣି, ବଢୁଛି ଅସନ୍ତୋଷ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ନୂତନ ଡ୍ରେନ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ କରାଯାଇ ବରଗଡ଼ ସହର ବିକଶୀତ ହେଉଛି ବୋଲି କୁହାଯାଉଛି। ମାତ୍ର ସହର ମଧ୍ୟରେ ଏଭଳି ସମସ୍ୟା ରହିଛି, ତାହା…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ…

ମରିବୁ ପଛେ ମାଟି ଛାଡ଼ିବୁ ନାହିଁ: ଖଣି ଖନନକୁ ବିରୋଧ

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ନୂଆଗଁା ପଞ୍ଚାୟତ କାର୍ଯ୍ୟାଳୟ ପାଶର୍‌ବରେ ସେରୁବନ୍ଧ ସୁରକ୍ଷା ସମିତିର ଆହ୍ବାନକ୍ରମେ ସେମିଳିଗୁଡ଼ା ଓ ପଟ୍ଟାଙ୍ଗି ବ୍ଲକ୍‌ର ୬…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri