ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ହାତାହାତି: ଏକାଧିକ ଆହତ

ଦାରିଙ୍ଗବାଡ଼ି,୨୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜମିଜମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସହ ହାତାହାତି ହୋଇଥିବା ଓ ଏଥିରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ଘଟଣାସ୍ଥଳକୁ ଯାଇଥିବା ଜଣାପଡ଼ିଛି।

ପ୍ରକାଶ ଯେ, ରାମ୍ବୁଲି ଅଞ୍ଚଳର କିଛି ଉପଭୋକ୍ତାଙ୍କୁ ସରକାର ଦୀର୍ଘ ୨୦ ବର୍ଷ ପୂର୍ବରୁ ଜମିପଟ୍ଟା ଯୋଗାଇଦେଇଥିଲେ ମଧ୍ୟ ତାଙ୍କୁ ଜମି ଚି଼ହ୍ନଟ କରି ଦିଆଯାଇ ନ ଥିଲା। ଅସନ୍ତୋଷ ଦେଖାଯିବା ପରେ କାଟିଙ୍ଗିଆ ରାଜସ୍ବ ନିରୀକ୍ଷକ ସେହି ଜମିପଟ୍ଟା ପାଇଥିବା ଲୋକଙ୍କୁ ଜମି ଚି଼ହ୍ନଟ କରି ଦେଖାଇଥିଲେ। ତେବେ ରାଜସ୍ବ ନିରୀକ୍ଷକ ଦେଖାଇଥିବା ଜମିରେ ଘର ତିଆରି ପାଇଁ ଜମିପଟ୍ଟା ପାଇଥିବା ଲୋକମାନେ କାଠ ଖୁଣ୍ଟି ପୋତିବା ପରେ ପୂର୍ବରୁ ଏହା ଆମ ଜମି ବୋଲି ଦାବି କରୁଥିବା ମିଞ୍ଜାପାଙ୍କା ଲୋକମାନେ ଦାବି କରିବା ପରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ହାତା ହାତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଇଛି। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ତଥା ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗୋଷ୍ଠୀଙ୍କୁ ବୁଝାଶୁଝା କରୁଥିବା ଜଣାପଡ଼ିଛି। ତେବେ ଦୀର୍ଘବର୍ଷ ଧରି ଜମି ପଟ୍ଟା ପାଇଥିବା ଲୋକଙ୍କୁ ଜମି ଚି଼ହ୍ନଟରେ ବିଳମ୍ବ କରାଯିବା ଓ ଉଭୟ ଗ୍ରାମରେ ରହିଥିବା ଜମି ବିବାଦକୁ ସମାଧାନ କରିବାରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଅହେତୁକ ବିଳମ୍ବ ଯୋଗୁ ଏବେ ଉକ୍ତ ଅଞ୍ଚଳରେ ଜମି ବିବାଦ ମୁଣ୍ଡ ଟେକିଛି। ଦାୟିତ୍ୱରେ ରହିଥିବା ରାଜସ୍ବ ନିରୀକ୍ଷକଙ୍କୁ ଅଞ୍ଚଳବାସୀ ଦାୟୀ କରିଥିବା ବେଳେ ଅଞ୍ଚଳବାସୀ ବାରମ୍ବାର ତହସିଲ କାର୍ଯ୍ୟାଳୟ ଦୌଡ଼ିଥିଲେ ମଧ୍ୟ ତାଙ୍କ ଗୁହାରି କେହି ଶୁଣି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri