ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ହାତାହାତି: ଏକାଧିକ ଆହତ

ଦାରିଙ୍ଗବାଡ଼ି,୨୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜମିଜମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସହ ହାତାହାତି ହୋଇଥିବା ଓ ଏଥିରେ ଉଭୟ ଗୋଷ୍ଠୀର ଏକାଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ଘଟଣାସ୍ଥଳକୁ ଯାଇଥିବା ଜଣାପଡ଼ିଛି।

ପ୍ରକାଶ ଯେ, ରାମ୍ବୁଲି ଅଞ୍ଚଳର କିଛି ଉପଭୋକ୍ତାଙ୍କୁ ସରକାର ଦୀର୍ଘ ୨୦ ବର୍ଷ ପୂର୍ବରୁ ଜମିପଟ୍ଟା ଯୋଗାଇଦେଇଥିଲେ ମଧ୍ୟ ତାଙ୍କୁ ଜମି ଚି଼ହ୍ନଟ କରି ଦିଆଯାଇ ନ ଥିଲା। ଅସନ୍ତୋଷ ଦେଖାଯିବା ପରେ କାଟିଙ୍ଗିଆ ରାଜସ୍ବ ନିରୀକ୍ଷକ ସେହି ଜମିପଟ୍ଟା ପାଇଥିବା ଲୋକଙ୍କୁ ଜମି ଚି଼ହ୍ନଟ କରି ଦେଖାଇଥିଲେ। ତେବେ ରାଜସ୍ବ ନିରୀକ୍ଷକ ଦେଖାଇଥିବା ଜମିରେ ଘର ତିଆରି ପାଇଁ ଜମିପଟ୍ଟା ପାଇଥିବା ଲୋକମାନେ କାଠ ଖୁଣ୍ଟି ପୋତିବା ପରେ ପୂର୍ବରୁ ଏହା ଆମ ଜମି ବୋଲି ଦାବି କରୁଥିବା ମିଞ୍ଜାପାଙ୍କା ଲୋକମାନେ ଦାବି କରିବା ପରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ହାତା ହାତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଇଛି। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ତଥା ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗୋଷ୍ଠୀଙ୍କୁ ବୁଝାଶୁଝା କରୁଥିବା ଜଣାପଡ଼ିଛି। ତେବେ ଦୀର୍ଘବର୍ଷ ଧରି ଜମି ପଟ୍ଟା ପାଇଥିବା ଲୋକଙ୍କୁ ଜମି ଚି଼ହ୍ନଟରେ ବିଳମ୍ବ କରାଯିବା ଓ ଉଭୟ ଗ୍ରାମରେ ରହିଥିବା ଜମି ବିବାଦକୁ ସମାଧାନ କରିବାରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଅହେତୁକ ବିଳମ୍ବ ଯୋଗୁ ଏବେ ଉକ୍ତ ଅଞ୍ଚଳରେ ଜମି ବିବାଦ ମୁଣ୍ଡ ଟେକିଛି। ଦାୟିତ୍ୱରେ ରହିଥିବା ରାଜସ୍ବ ନିରୀକ୍ଷକଙ୍କୁ ଅଞ୍ଚଳବାସୀ ଦାୟୀ କରିଥିବା ବେଳେ ଅଞ୍ଚଳବାସୀ ବାରମ୍ବାର ତହସିଲ କାର୍ଯ୍ୟାଳୟ ଦୌଡ଼ିଥିଲେ ମଧ୍ୟ ତାଙ୍କ ଗୁହାରି କେହି ଶୁଣି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri