ରାମ୍ବୁଲି-ମିଞ୍ଜାପାଙ୍କାରେ ଜମିବାଡ଼ିକୁ ନେଇ ୨ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫଦାରୀ ସଂଖ୍ୟା ୯କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୬।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ରାମ୍ବୁଲି ଓ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ବ୍ରାହ୍ମଣୀଗାଁ ପୋଲିସ ଆକ୍ସନ ମୁଡ଼ରେ ରହିଛି ଘଟଣାରେ ପୋଲିସ ପକ୍ଷରୁ ଦୁଇ ଗୋଷ୍ଠି ମଧ୍ୟରୁ ଏବେ ସୁଦ୍ଧା ୯ ଜଣଙ୍କୁ ଗିରଫ କରିଛି। ଗୁରୁବାର ୪ ଗିରଫ କରି କୋର୍ଟ ଫରୱାର୍ଡ କରିଥିବା ବେଳେ ଶୁକ୍ରବାର ଦୁଇ ଗୋଷ୍ଠୀର ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ରାମ୍ବୁଲିର ହରିଶ୍ଚନ୍ଦ୍ର ମଲିକ, କିଶୋର ମଲିକ ଏବଂ ଶରତ ମଲିକ ବୋଲି ପୋଲିସ କହିଛି। ସେମାନଙ୍କ ନାମରେ ମାମଲା (୭୨/୨୫)ରୁଜୁ ହୋଇଛି ସେହିପରି ରାମ୍ବୁଲି ଲୋକଙ୍କ ଅଭିଯୋଗ କ୍ରମେ ଅନ୍ୟ ଗୋଷ୍ଠୀର ୨ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ମାନସ ରଞ୍ଜନ ଶୋଭାସୁନ୍ଦର ଏବଂ ବିନୋଦ ସିଂ ସେମାନଙ୍କ ନାମରେ ମାମଲା (୭୩ /୨୫)ରୁଜୁ ହୋଇଥିବା ପୋଲିସ କହିଛି।ଉଭୟ ଗୋଷ୍ଠୀଙ୍କୁ ପୋଲିସ ସଙ୍ଗୀନ ଦଫା ରେ କୋର୍ଟ ଫରୱାର୍ଡ କରିଥିବା ଜଣାପଡିଛି। ଗିରଫ ମାନସ ରଞ୍ଜନ ଶୋଭାସୁନ୍ଦର ମିଞ୍ଜାପାଙ୍କାର ବ୍ରାଞ୍ଚ ପୋଷ୍ଟ ମାଷ୍ଟର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଦୀର୍ଘ ୨୦ ବର୍ଷ ହେଲା ରାମ୍ବୁଲି ଗ୍ରାମର କିଛି ଉପଭୋକ୍ତାଙ୍କୁ ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଜମିପଟ୍ଟା ଯୋଗାଇ ଦିଆଯାଇଥିଲା। କିନ୍ତୁ ଦୀର୍ଘ ବର୍ଷ ହେଲା ସେମାନଙ୍କୁ ଜମି ଚିହ୍ନଟ କରି ଦିଆଯାଇନଥିଲା। ବାରମ୍ବାର ଉପଭୋକ୍ତାମାନେ ତହସିଲ କାର୍ଯ୍ୟାଳୟ ଏବଂ ରାଜସ୍ବ ନିରୀକ୍ଷକଙ୍କ ନିକଟକୁ ଦୌଡ଼ି ଦୌଡ଼ି ଶେଷରେ ଏବେ କିଛି ଦିନ ହେଲା ଜମି ଚି଼ହ୍ନଟ କରି ଉପଭୋକ୍ତାମାନଙ୍କୁ ଦଖଲ କରିବା ପାଇଁ ଜଣାଯାଇଥିଲା। ଉପଭୋକ୍ତାମାନେ ଉକ୍ତ ଜମିରେ ଘର କରିବାକୁ ପ୍ରସ୍ତୁତ ହେଉଥିବାବେଳେ ମିଞ୍ଜାପାଙ୍କା ଗ୍ରାମବାସୀ ଆମ ଜମି ଆମେ ପୂର୍ବ ପୁରୁଷରୁ ଉକ୍ତ ଜମି ଆମର ରହିଛି ବୋଲି ସେମାନେ ମେଶିନ ଲଗାଇ ସଫା କରିବା ଆରମ୍ଭ କରୁଥିଲେ। ଫଳରେ ବୁଧବାର ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ପ୍ରଥମେ ବଚସା ଓ ପରେ ଏହାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ ହୋଇଥିଲା। ଉଭୟ ଗୋଷ୍ଠୀର ଏକାଧିକ ଲୋକ ଏଥିରେ ଆହତ ହୋଇଥିଲେ। ପରେ ପ୍ରଶାସନ ପକ୍ଷରୁ ବ୍ରାହ୍ମଣୀଗାଁ ଥାନାରେ ସନ୍ଧ୍ୟାରେ ଉଭୟ ଗୋଷ୍ଠୀଙ୍କୁ ନେଇ ଏକ ଶାନ୍ତି ବୈଠକରେ ଜମିବାଡ଼ି ସମ୍ପର୍କିତ ଆଲୋଚନା ହୋଇଥିଲା ଏବଂ କିଛି ସମାଧାନର ନିଷ୍କର୍ଷ ମଧ୍ୟ ବାହାରିଥିଲା। ତେବେ ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ହୋଇଥିବା ଲିଖିତ ଅଭିଯୋଗ କ୍ରମେ ପୋଲିସ ତାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri