ରାସ୍ତା ନିର୍ମାଣକୁ ନେଇ ଗୋଷ୍ଠୀସଂଘର୍ଷ: ଗାଁରେ ପୋଲିସ ମୁତୟନ

ଚାନ୍ଦବାଲି,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ରାମପଲ୍ଲୀ ଗାଁରେ ପୂର୍ବ ବିବାଦକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୯ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ପୂର୍ବରୁ ଏକ ରାସ୍ତା ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଥିଲା। ଉକ୍ତ ବିବାଦ ସମାଧାନ ହୋଇ ନ ଥିବା ବେଳେ ଗାଁକୁ ଆଉ ଏକ କାମ ଆସିଥିବାରୁ ଏହାକୁ ନେଇ ଗୋଟିଏ ଗୋଷ୍ଠୀ ବିରୋଧ କରିଥିଲେ। ଏହି ଘଟଣାକୁ ନେଇ ଶନିବାର ସନ୍ଧ୍ୟାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା। ହେଲେ ବିଳମ୍ବିତ ରାତିରେ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ସଂଘର୍ଷ ଘଟିଥିଲା। ଠେଙ୍ଗା, ଶାବଳ ଆକ୍ରମଣରେ ଉଭୟ ଗୋଷ୍ଠୀର ୯ ଜଣ ଆହତ ହୋଇଛନ୍ତି । କାହାର ମୁଣ୍ଡ ଫାଟିଛି ତ କାହାର ହାତ ଭାଙ୍ଗିଯାଇଛି। ଆହତଙ୍କ ମଧ୍ୟରେ ୪ ମହିଳା ଅଛନ୍ତି। ସମସ୍ତ ଆହତଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ୫ ଜଣ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଉଭୟ ପକ୍ଷରୁ ଚାନ୍ଦବାଲି ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ଚାନ୍ଦବାଲି ଆଇଆଇସି ଏବଂ ଏସ୍‌ଡିପିଓ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଉତ୍ତେଜନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri