ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…

ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା ଧମକ ଦେଉଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି । ସେହିପରି ୨ ଯୁବକଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିବା ଓ ଘଟଣାକୁ ନେଇ ଉଭୟ ଗୋଷ୍ଠୀ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି । ପ୍ରକାଶ ଯେ ରବିବାର ସନ୍ଧ୍ୟାରେ ଶୀତ ମହୋତ୍ସବର ଉଦ୍‌ଯାପନୀ ଉତ୍ସବ ରହିଥିଲା । ଏହି ଉଦ୍‌ଯାପନୀ ଦିବସରେ ମୁଖ୍ୟ ଆକର୍ଷଣ ରହିଥିଲେ ଓଡ଼ିଶାର ସୁନାମଧନ୍ୟ କଳାକାର କଣ୍ଠଶିଳ୍ପୀ ଅସୀମା ପଣ୍ଡା। ତାଙ୍କ ଗୀତ ଶୁଣିବାକୁ ମହୋତ୍ସବ ପଡିଆରେ ପ୍ରବଳ ଭିଡ଼ ଜମିଥିଲା । ସେହିସମୟରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ପ୍ରଥମେ କଥାକଟା କଟି ଓ ପରେ ହାତାହାତି ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀର ଏକାଧିଜ ବ୍ୟକ୍ତି ଆହତ ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ଉଭୟ ଗୋଷ୍ଠୀ ୨ ରାଜନୈତିକ ଦଳର ହୋଇଥିବା ବେଳେ ଏହା ରାଜନୈତିକ ବିବାଦ ନା ବ୍ୟକ୍ତିଗତ ତାହା ପୋଲିସ ତଦନ୍ତ ଚଳାଇଛି । ପ୍ରକାଶ ଯେ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ବାବୁନି ପଣ୍ଡାଙ୍କୁ ୨ ଜଣ ମୁଥା, ଗୋଇଠା ମାରି ଲହୁ ଲୁହାଣ କରିଥିବା ଓ ହତ୍ୟା ଉଦ୍ୟମ ଏବଂ ରାଜନୈତିକ ଆକ୍ରୋଶରେ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ଅଣାଯାଇଛି। ଅନ୍ୟ ଗୋଷ୍ଠୀର ଯୁବକ ପ୍ରତିକ୍ରିୟାରେ କହିଥିଲେ ଯେ, ବାବୁନି କୁଆଡେ ଜୋର ଜବରଦସ୍ତ ଅସୀମାଙ୍କ ଗ୍ରୀନ ରୁମ ଭିତରକୁ ଯାଇ ଫଟୋ ଉଠାଇବାକୁ ପଶିବାକୁ ଉଦ୍ୟମ କରୁଥିବା ବେଳେ ଗ୍ରୀନ ରୁମ ବାହାରେ ଦାୟିତ୍ୱରେ ଥିବା ରୁଦ୍ର ମାଧବ ବେହେରା ଏବଂ ମହେନ୍ଦ୍ର ଦାସ ତାଙ୍କୁ ପ୍ରଥମେ ବାରଣ କରିଥିଲେ । ଏଥିରେ ବାବୁନି ସେମାନଙ୍କୁ ଅଶ୍ମୀଳ ଭାଷାରେ ଗାଳିଗୁଲଜ କରିଥିଲେ ଓ ପରେ ଦୁହିଁଙ୍କ ମଧ୍ୟରେ ହାତାହାତି ହୋଇ ଉଭୟ ଆହତ ହୋଇ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଥିଲେ । ଖବର ଲେଖିବା ସୁଦ୍ଧା ଉଭୟ ଗୋଷ୍ଠୀଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ଆଇଆଇସି ସଂଗ୍ରାମ କେଶରୀ ଜେନା ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri