ଠିକା କାମକୁ ନେଇ ଗୋଷ୍ଠୀ ସଂଘର୍ଷ

ଢେଙ୍କାନାଳ ଅଫିସ,୨୪ା୧: ଢେଙ୍କାନାଳ ଜନସ୍ବାସ୍ଥ୍ୟ ବିଭାଗରେ ଭାଇବ୍ରେଟର ବ୍ୟବହାର କରାଯାଉଥିବା କାର୍ଯ୍ୟକୁ ନେଇ ସୋମବାର ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକ କାର୍‌କୁ ପୋଡ଼ି ଦିଆଯାଇଛି। ପ୍ରକାଶ ଯେ, ଏହି ଭାଇବ୍ରେଟର ବ୍ୟବହାର ହେଉଥିବା କାର୍ଯ୍ୟକୁ ନେଇ ଢେଙ୍କାନାଳ ସହର ଜଗନ୍ନାଥରୋଡ୍‌ ଅଞ୍ଚଳର କେତେଜଣ ଯୁବକ ଏବଂ ଜୟଗୋପାଳ ସାହି ବାଜିଚୌକ ଆଦି ଅଞ୍ଚଳର କେତେଜଣ ଯୁବକଙ୍କ ମଧ୍ୟରେ ତୀବ୍ର ବିବାଦ ଲାଗିଥିଲା। ବିବାଦ ଉଗ୍ରରୂପ ନେବାରୁ ଉଭୟପକ୍ଷ ପରସ୍ପର ଉପରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ଦୁଇଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେହିପରି ଅରୁ ଦଳେଇଙ୍କ ଘର ଆଗରେ ରଖାଯାଇଥିବା କାରକୁ ବିରୋଧୀ ଗୋଷ୍ଠୀ ପକ୍ଷରୁ ନିଆଁ ଲଗାଇ ଦିଆଯାଇଥିଲା। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୋମବାର ସ୍ଥାନୀୟ ଅଞ୍ଚଳର ବରିଷ୍ଠ ଓ ମୁରବୀସମ୍ପନ୍ନ ବ୍ୟକ୍ତିଙ୍କୁ ଡାକି ଟାଉନ ଥାନା ପୋଲିସ ପକ୍ଷରୁ ଆଲୋଚନା କରାଯାଇଥିଲା। ଆଇନକୁ ହାତକୁ ନେଇଥିବା ଯୁବକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଅଧିକାଂଶ ମତ ରଖିଥିବା ପୋଲିସ ସୂତ୍ରରୁ ପ୍ରକାଶ। ଏ ସଂକ୍ରାନ୍ତରେ ନଂ. ୫୬/୨୩ ଓ ୫୮/୨୩ରେ ଦୁଇଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri