ପଞ୍ଚାୟତ ସମିତି ବୈଠକକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ପୁରୁଷୋତ୍ତମପୁର,୧୮ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପିଙ୍କି ବେହେରାଙ୍କ ପୌରହିତ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇଥିବା ବେଳେ ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ ଯୋଗଦେଇଥିଲେ। ପଞ୍ଚାୟତ ସମିତି ବୈଠକ ଠିକ୍‌ ସମୟରେ ହେଉ ନ ଥିବା ସହ ବୈଠକ ଡକାଇ ଶେଷ ମୁହୂର୍ତ୍ତରେ ବାତିଲ କରାଯାଉଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଗତ ଏପ୍ରିଲ ମାସରେ ବୈଠକ ହୋଇଥିବା ବେଳେ ଦୀର୍ଘ ୯ ମାସ ପରେ ବୈଠକ ହୋଇଛି। ବୈଠକ ଠିକ୍‌ ସମୟରେ ନ ହେବାରୁ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟରେ ବାଧା ଉପୁଜୁଥିବାର ଅଭିଯୋଗ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଫଳରେ ଏହାକୁ ନେଇ ଅଧ୍ୟକ୍ଷାଙ୍କ ସମର୍ଥିତ ଓ ବିରୋଧୀ ଗୋଷ୍ଠୀର ଜନପ୍ରତିନିଧିଙ୍କ ମଧ୍ୟରେ ହୋ-ହଲ୍ଲା ହୋଇ ମୁହାଁମୁହିଁ ହୋଇଥିଲେ। ଏହା ସହ ଛତୁଆ ଯୋଗାଣକୁ ନେଇ ମଧ୍ୟ ଦୁଇ ଗୋଷ୍ଠୀ ମଧ୍ୟରେ ସମାନ ପରିସ୍ଥିତି ଉପୁଜି ଏକ ପ୍ରକାରର ଅପ୍ରୀତିକର ପରିସ୍ଥିତି ଦେଖା ଦେଇଥିଲା। ଫଳରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଏଥିରେ ହସ୍ତକ୍ଷେପ କରି ଉଭୟ ପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତି ନିୟନ୍ତ୍ରଣ କରିଥିଲେ। ଏଭଳି ଅପ୍ରୀତିକର ପରିସ୍ଥିତି ଯୋଗୁ ବହୁ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇପାରି ନ ଥିଲା। ତହସିଲଦାର ଜନସାଧାରଣଙ୍କ ସୁବିଧା ଲାଗି ମ୍ୟୁଟେଶନ, ମୃତ ବ୍ୟକ୍ତିଙ୍କ ନାମରେ ରହିଥିବା ପଟ୍ଟାର ପରିବର୍ତ୍ତନ ଆଦି ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ବୁଝାଇ ଏହି କାର୍ଯ୍ୟ ଲାଗି ଜନପ୍ରତିନିଧିମାନଙ୍କ ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri