ଶିକ୍ଷକଙ୍କ ବଦଳିକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ଆକ୍ରମଣରେ ବିଇଓଙ୍କ ସମେତ ୩ ଗୁରୁତର

ସୋର, ୧୨ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଟେଣ୍ଟେଇ ଭିକାରୀ ଚରଣ ଉଚ୍ଚ ବିଦ୍ୟାପୀଠର ଶିକ୍ଷକ ବଦଳିକୁ କେନ୍ଦ୍ର କରି ସୋମବାର ବ୍ଲକ ସମ୍ମିଳନୀ କକ୍ଷରେ ଚାଲିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରଣକ୍ଷେତ୍ର। ପାଲଟିଥିଲା। ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଆକ୍ରମଣରେ ବିଇଓ(ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ)ଙ୍କ ସମେତ ୩ଜଣ ଗୁରୁତର ହୋଇଛନ୍ତି। ସୋର ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ରାକେଶ କୁମାର ପଣ୍ଡା ବିଇଓଙ୍କୁ ନିଜ ଗାଡ଼ିରେ ନେଇ ସୋର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଟେଣ୍ଟେଇ ସରପଞ୍ଚ ଲକ୍ଷ୍ମୀକାନ୍ତ ମହାଳିକ ଓ ପରମାନନ୍ଦ ମହାଳିକ ମଧ୍ୟ ଗୁରୁତର ଅବସ୍ଥାରେ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଓ ଏସ୍‌ପି ସୁଧାଂଶୁ ଶେଖର ମିଶ୍ରଙ୍କର ଯୁଗ୍ମ ଜନଶୁଣାଣି ଶିବିର ଥିଲା। ଜିଲାପାଳ ଶିନ୍ଦେ ଓ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର ଚାଲିଯିବା ପରେ ଶିବିରରେ ଏଡିଏମ୍‌ ନିଲୁ ମହାପାତ୍ର, ଉପଜିଲାପାଳ କିଶୋର ଚନ୍ଦ୍ର ସ୍ବାଇଁ, ଜିଲା ଶିକ୍ଷାଧିକାରୀ ବିଷ୍ଣୁ ଚରଣ ସୂତାର ଓ ସୋର ଦାୟିତ୍ୱରେ ଥିବା ବାଲିଆପାଳ ଗୋଷ୍ଠୀ ଶିକ୍ଷାଧିକାରୀ ସୁଧାଂଶୁ ଶେଖର ଜେନା ଉପସ୍ଥିତ ଥିଲେ। ଏହି ସମୟରେ ଏକ ଗୋଷ୍ଠୀ ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ଦାବିରେ ଟେଣ୍ଟେଇ ଭିକାରୀ ଚରଣ ଉଚ୍ଚ ବିଦ୍ୟାପୀଠ ଆଗରେ ଚାଲିଥିବା ଧାରଣାସ୍ଥଳକୁ ଯାଇ ଅଭିଭାବକ ଓ ଗ୍ରାମବାସୀଙ୍କୁ ଭେଟି ସମସ୍ୟାର ସମାଧାନ କରିବାକୁ ବିଇଓଙ୍କୁ କହିଥିଲେ। ହେଲେ ବିଇଓ ଜେନା ଅମଙ୍ଗ ହେବାରୁ ସେମାନେ ଠେଲାପେଲା କରିଥିଲେ। ସେ ତଳେ ପଡ଼ିଯିବାରୁ ତାଙ୍କୁ ପ୍ରବଳ ମାଡ଼ ମରାଯାଇଥିଲା। ଅନ୍ୟପକ୍ଷରେ ଶିକ୍ଷକଙ୍କ ବଦଳି ସପକ୍ଷବାଦୀ ଗୋଷ୍ଠୀଙ୍କ ମାଡ଼ରେ ଟେଣ୍ଟେଇ ସରପଞ୍ଚ ଲକ୍ଷ୍ମୀକାନ୍ତ ମହାଳିକଙ୍କ ସହ ପରମାନନ୍ଦ ମହାଳିକ ମଧ୍ୟ ଗୁରୁତର ହୋଇଥିଲେ। ଉଲ୍ଲେଖଯୋଗ୍ୟ, ଟେଣ୍ଟେଇ ଭିକାରୀ ଚରଣ ଉଚ୍ଚ ବିଦ୍ୟାପୀଠର ଶିକ୍ଷକ ବିଜୟ କୁମାର ବିଶ୍ୱାଳଙ୍କ ବିରୋଧରେ ବିଦ୍ୟାଳୟ ଅର୍ଥ ହେରଫେର ନେଇ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗରେ ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଔପଦା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଶିକ୍ଷକ ବିଶ୍ୱାଳଙ୍କୁ ଅନ୍ୟ ବିଦ୍ୟାଳୟକୁ ଡେପୁଟେଶନ୍‌ରେ ପଠାଯାଇଥିଲା। ଏହି ଡେପୁଟେଶନ ବାତିଲ ଦାବିରେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇ ଛାତ୍ରୀଛାତ୍ର ଧାରଣାରେ ବସିଥିଲେ। ଟେଣ୍ଟେଇ ପଞ୍ଚାୟତରେ ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ହେଉଥିବା ଟଣାଓଟରାରୁ ଏଭଳି ଗଣ୍ଡଗୋଳ ଉପୁଜିଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri