ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨ ଗୋଷ୍ଠି ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ହୋଇଥିଲା । ପରେ ପରିସ୍ଥିତି ଏମିତି ଘଟିଥିଲା ଯେ ଉଭୟ ଗୋଷ୍ଠି ମଧ୍ୟରେ ପିଟା ପିଟି ହୋଇଥିଲା । ରୋଷେଇରେ ବ୍ୟବହାର ଚଟୁ, ବେଲା ସହ ବିଭିନ୍ନ ସାମଗ୍ରିରେ ମାଡ଼ ହୋଇଥିଲା ।

ଏହି ସମୟରେ ଡ଼ୁଲୁରୀ ଅଞ୍ଚଳରେ ଅନ୍ୟ ପର୍ଯ୍ୟଟକମାନେ ମଧ୍ୟ ରୋଷେଇ କରୁଥିବା ବେଳେ ବହୁ ହଇରାଣ ହୋଇଥିଲେ । ପରିବାର ନେଇ ଆସିଥିବା ପର୍ଯ୍ୟଟକ ବଣ ଭୋଜି କରୁଥିବା ବେଳେ ଭୋଜି ରାନ୍ଧି ମଧ୍ୟ ଖାଇପାରିନଥିଲେ । ଭୟ ଓ ଆତଙ୍କ ଭିତରେ ପର୍ଯ୍ୟଟକ ଡ଼ୁଲୁରୀ ସ୍ଥାନ ଛାଡି ଚାଲିଯାଇଥିଲେ । ପରିସ୍ଥିତି ଏମିତି ହେଲା ଯେ ଉକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା ଏବଂ ଗଣ୍ଡଗୋଳକୁ ବନ୍ଦ କରିବାକୁ ଯାଇଥିବା କିଛି ଯୁବକ ଓ ପର୍ଯ୍ୟଟକ ଆହତ ହୋଇଥିଲେ ।

ଡ଼ୁଲୁରୀ ପର୍ଯ୍ୟଟନକ୍ଷେତ୍ରର ପରିଚାଳକ ସଞ୍ଜୀବ ପ୍ରଧାନ ତୁରନ୍ତ ପ୍ଳିହେରୀ ସରପଞ୍ଚ ପାଉଲ ପ୍ରଧାନଙ୍କୁ ଫୋନରେ ଜଣାଇବା ପରେ ସରପଞ୍ଚ ତୁରନ୍ତ ଦାରିଙ୍ଗବାଡି ଥାନାକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ୨ ଗୋଷ୍ଠୀଙ୍କୁ ଝଗଡାକୁ ବନ୍ଦ କରିବାକୁ ଉଦ୍ୟମ କରୁଥିଲେ ହେଁ ପ୍ରବଳ ଗଣ୍ଡଗୋଳକୁ ଦେଖି ପୋଲିସ ମୃଦୁ ଲାଠି ଚାଳନା କରିଥିଲା । ୨ ଗୋଷ୍ଠିର କିଛି ଯୁବକଙ୍କୁ ଟେକି ନେଇ ଥାନାରେ ରଖି ଅଧିକ ତଦନ୍ତ କରୁଥିବା ଓ ଅତ୍ୟଧିକ ନିଶାସକ୍ତ ଯୋଗୁଁ ଏଭକି ଘଟଣା ଘଟିଥିବା ଦାରିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀ କହିଛନ୍ତି । ଖବର ଲେଖିବା ସୁଦ୍ଧା ପୋଲିସ ବିଶୃଙ୍ଖଳାକାରୀଙ୍କୁ ଥାନାରେ ଅଟକ ରଖିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri