ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା ମ୍ୟାକ୍ସ ପିକ୍‌ଅପ୍ ଭ୍ୟାନ୍ ଏବଂ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣ ଗୁରୁତର ହୋଇଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି।

ଦୁର୍ଘଟଣା ସମ୍ପର୍କରେ ଖବର ପାଇବା କ୍ଷଣି ଅଡବା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଏହି ସମୟରେ ଥାନାରେ କାର୍ଯ୍ୟରତ ଦୁଇ ହୋମଗାର୍ଡ ସ୍ୱରାଗ୍ନିତା ମିଶାଲ ଓ ମନୋଜ କୁମାର ଶବର ନିଜ ଜୀବନକୁ ଖାତିର ନକରି ଆହତମାନଙ୍କୁ ନିଜେ ବୋହି ଆମ୍ବୁଲାନ୍ସ ଯୋଗେ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଆପତ୍ତିକାଳୀନ ସମୟରେ ଦୁଇ ହୋମଗାର୍ଡଙ୍କ ଏହି ତୁରନ୍ତ ପଦକ୍ଷେପ, କର୍ତ୍ତବ୍ୟପରାୟଣତା ଓ ମାନବିକତା ଯୋଗୁ ଅଞ୍ଚଳରେ ସେମାନଙ୍କର ଭୂୟସୀ ପ୍ରଶଂସା କରାଯାଉଛି।

ଜରୁରୀ ପରିସ୍ଥିତିରେ ପୋଲିସର ଏଭଳି ସାହାଯ୍ୟ ସାଧାରଣ ଲୋକଙ୍କ ମନରେ ପୋଲିସ ପ୍ରତି ଏକ ନୂତନ ଆଶା ଓ ବିଶ୍ୱାସ ସୃଷ୍ଟି କରିଛି। ଏହି ସାହସିକତା ଓ ମାନବିକତା ପାଇଁ ଗଜପତି ଏସ୍‌ପି ନିଜେ ଉଭୟ ହୋମଗାର୍ଡଙ୍କ ଦାୟିତ୍ୱବୋଧକୁ ଉଚ୍ଚ ପ୍ରଶଂସା କରିଛନ୍ତି।

ଅପରପକ୍ଷରେ, ଦୁର୍ଘଟଣାରେ ଗୁରୁତର ଥିବା ୩ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର MKCG ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁଲୁବା ପଞ୍ଚାୟତର ପ୍ରଭାକର ଜାନି (୩୬)ଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଛନ୍ତି। ଅନ୍ୟ ଆହତମାନଙ୍କ ଚିକିତ୍ସା ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?