୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ବ୍ଲକର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରେ ଜଣେ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ନଳୀପୁରଠାରେ ୨ ଘଣ୍ଟାକାଳ ୫୩ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ, ଡିଏସ୍‌ପି ସଂଗ୍ରାମ ଟୁଡୁ, ଏସ୍‌ଡିପିଓ ଚିନ୍ମୟ ନାୟକ, ତହସିଲଦାର ପ୍ରଦୀପ କୁମାର ସେଠୀ, ବାଲିଚନ୍ଦ୍ରପୁର ଥାନାଧିକାରୀ ରମାକାନ୍ତ ମୁଦୁଲି, ଧର୍ମଶାଳା ଥାନାଧିକାରୀ ରାକେଶ ତ୍ରିପାଠୀ, ଜେନାପୁର ଥାନାଧିକାରୀ ଉମାକାନ୍ତ ନାୟକ ପ୍ରମୁଖ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯିବାର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଆନ୍ଦୋଳନକାରୀ ରାସ୍ତା ଅବରୋଧରୁ ଓହରି ଯାଇଥିଲେ।
ପୋଲିସ ସୂଚନା ମୁତାବକ, ନଳୀପୁର ନୋଡାଲ ବିଦ୍ୟାଳୟରେ ମତଦାନ ବୁଥ୍‌ ହୋଇଥିଲା। ତେବେ ସେଠାରେ ୨ ନମ୍ବର ବୁଥ୍‌ ଜବରଦଖଲ ହେଉଥିବା ନେଇ ଖବର ମିଳିବା ପରେ ନଳୀପୁର ଗ୍ରାମର ସେକ୍‌ ଫର୍ଜୁଲ ହକ୍‌ ସେଠାକୁ ଯାଇଥିଲେ। ସକ୍‌ ଫର୍ଜୁଲ ହକ୍‌ ସରପଞ୍ଚ ପ୍ରାର୍ଥୀ ହୋଇଥିବା ଅବଦୁଲ ଗନିଙ୍କ ସମର୍ଥକ ହୋଇଥିବାରୁ ସେ ଯାଇ ବୁଥ୍‌ ଜବରଦଖଲକୁ ବିରୋଧ କରିଥିଲେ। ତେବେ ସେଠାରେ ଅନ୍ୟତମ ସରପଞ୍ଚ ପ୍ରାର୍ଥୀ ରଶ୍ମିରଞ୍ଜନ ବଳ ଓ ତାଙ୍କ ସାନଭାଇ ମିହିର ରଞ୍ଜନ ବଳ, ପୂର୍ବତନ ସରପଞ୍ଚ ମନ୍ମଥକେଶରୀ ସାହେବରାୟ ଓ ଜ୍ୟୋତିରଞ୍ଜନ ବଳ ପ୍ରମୁଖ ଫର୍ଜୁଲଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏହାର ପ୍ରତିବାଦରେ ଅବଦୁଲ ଗନିଙ୍କ ହଜାର ହଜାର ସମର୍ଥକ ଜାତୀୟ ରାଜପଥ ଅବରୋଧ କରିବା ସହ ଟାୟାରଜାଳି ପ୍ରତିବାଦ କରିଥିଲେ। ୨ ନମ୍ବର ବୁଥକୁ ଜୋର ଜବରଦସ୍ତ ରଶ୍ମିରଞ୍ଜନ ବଳ ଓ ତାଙ୍କ ସମର୍ଥକ ଦଖଲ କରିଥିବା ଆନ୍ଦୋଳନକାରୀ ଅଭିଯୋଗ କରିଥିଲେ। ତେଣୁ ତୁରନ୍ତ ପୁନଃମତଦାନ କରିବାକୁ ଦାବି କରିଥିଲେ। ପ୍ରିଜାଇଡିଂ ଅଫିସର ଯଦି ବୁଥ ଦଖଲ ନେଇ ଅଭିଯୋଗ କରନ୍ତି ତେବେ ନିର୍ବାଚନ କମିଶନ ପୁନଃ ମତଦାନ ନେଇ ନିଷ୍ପତ୍ତି ନେବେ ବୋଲି ପ୍ରଶାସନିକ ଅଧିକାରୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri