କାର୍ଯ୍ୟରେ ଯୋଗଦେଲେ ୨ ଆଇଏଏସ, ୬ ଓଏଏସ ଅଧିକାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୫।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନାରେ ୨୦ ଜଣଙ୍କ ଜୀବନ ଗଲାଣି। ଏହି ପରିପ୍ରେକ୍ଷୀରେ କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ ଗଞ୍ଜାମ ଜିଲା ପାଇଁ ରାଜ୍ୟ ସରକାର ଶନିବାର ନିଯୁକ୍ତି ଦେଇଥିଲେ। ଉକ୍ତ ଅଧିକାରୀମାନେ ଜିଲାରେ ପହଞ୍ଚି କୋଭିଡ ପରିଚାଳନା କାର୍ଯ୍ୟରେ ଯୋଗଦେଇଥିବା ସମ୍ପର୍କରେ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟକୁ ସୂଚନା ଦେଇଛନ୍ତି। ସେମାନେ ଜିଲା ପ୍ରଶାସନ ନିର୍ଦ୍ଦେଶରେ କାର୍ଯ୍ୟ କରିବେ।
ଉକ୍ତ ୨ ଆଇଏଏସ ଅଫିସର ୨ ସ୍ପେଶାଲ ଏଡିଏମ୍‌ ଭାବେ କାମ କରିବେ। ଆଇଏଏସ୍‌ ପାରୁଲ ପଟଓ୍ବାରୀଙ୍କୁ ଛତ୍ରପୁର ଉପଖଣ୍ଡ କରୋନା ପରିଚାଳନା ଦାୟିତ୍ୱ ଓ ବିଶାଲ ସିଂହଙ୍କୁ ଭଞ୍ଜନଗର ଉପଖଣ୍ଡ କରୋନା ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏଥିସହ ୬ ଓଏଏସ୍‌ ଅଧିକାରୀ ସୁଧାକର ନାୟକ, ଲେକନାଥ ଦଳବେହେରା, ପଦ୍ମନାଭ ବେହେରା, ଶକ୍ତିକାନ୍ତ ରାୟ, ଚିତ୍ତ ରଞ୍ଜନ ମହାନ୍ତ ଓ ସୁଭେନ୍ଦ୍ର କୁମାର ସାମଲ ମଧ୍ୟ ଗଞ୍ଜାମ ଆସି କୋଭିଡ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଜିଲାପାଳ ଗଣମାଧ୍ୟମକୁ କହିଛନ୍ତି ଯେ, ୨ ଆଇଏଏସ୍‌ ଅଫିସର ସବଡିଭିଜନ ସ୍ତରରେ କୋଭିଡ କେୟାର କମିଟି ଓ ସେଣ୍ଟର, କୋଭିଡ କେୟାର ହୋମ, କୋଭିଡ ମନିଟର, ମାଇକ୍ରୋ ମ୍ୟାନେଜମେଣ୍ଟର ମନିଟରିଂ କରିବେ।
ସେହିପରି ଜିଲାକୁ ଆସିଥିବା ୬ ଜଣ ଓଏଏସ୍‌ ଅଫିସର କୋଭିଡ କେୟାର ହୋମର ଭିତିଭୂମି, ଡାଟା ମ୍ୟାନେଜମେଣ୍ଟ, ବଢିବାକୁ ଥିବା ବେଡ ସଂଖ୍ୟା, ପ୍ଲାନିଂ ଓ ଏହାର କାର୍ଯ୍ୟକାରୀ କରିବା ସହ ମାଇକ୍ରୋ ପରିଚାଳନା କାର୍ଯ୍ୟର ତଦାରଖ କରିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri