Categories: ରାଜ୍ୟ

ବଦଳିଲେ ୨ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନିର୍ବାହ କରିବେ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଆଲୋକ କୁମାର କର ରାଜ୍ୟ ଜଳସମ୍ପଦ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ । ତେବେ ତାଙ୍କର ଏହି ପଦବୀ ଅତିରିକ୍ତ ସଚିବ ପାହ୍ୟାର ମାନ୍ୟତା ପାଇବ । ଅଧିକାରୀମାନେ ଆସନ୍ତା ୩୧ ତାରିଖ ସୁଦ୍ଧା ନୂଆ ଦାୟିତ୍ୱ ଭାର ସମ୍ଭାଳିବେ ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।